ଅସମ୍ଭାଳ ଶୀତ, ସତର୍କ କଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ ପ୍ରବଳ ଶୀତ ଲହରି ଜାରିରହିଛି। ରାତି ଅପେକ୍ଷା ସକାଳୁ ପାରଦ ସର୍ବନିମ୍ନ ସ୍ତରକୁ ଖସୁଥିବାରୁ ଅସମ୍ଭାଳ ଜାଡ଼ରେ ଥରୁଛନ୍ତି ଲୋକେ। କୁହୁଡ଼ି ସହ କୋହଲା ପବନ ଯୋଗୁ ଗାଁଠୁ ସହର ସବୁଠି ଜୀବନଯାତ୍ରା ପ୍ରଭାବିତ ହେଉଛି। କେତେକ ଜିଲାରେ ଅଧିକ ଥଣ୍ଡା ଅନୁଭୂତ ହେଉଥିବାରୁ ରାତି ୭ଟା ପରେ ରାସ୍ତା ଘାଟ ଶୂନ୍‌ଶାନ୍‌ ହୋଇଯାଉଛି। ଆଗକୁ ସ୍ଥିତି ଆହୁରି ଅସମ୍ଭାଳ ହେବାର ସମ୍ଭାବନା ରହିଛି। ତେଣୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)। ରବିବାର ଏନେଇ ସମସ୍ତ ଜିଲାପାଳ ଓ ମହାନଗର ନିଗମ କମିଶନରଙ୍କୁ ଚିଠି ଲେଖି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି।

ରବିବାର ୧୦ ଡିଗ୍ରୀ ତଳେ ୯ଟି ସହର ରହିଥିଲା। ଫୁଲବାଣୀରେ ସର୍ବନିମ୍ନ ୫.୫ ଡିଗ୍ରୀ ରହିଥିବାବେଳେ ଝାରସୁଗୁଡ଼ା ୭.୪, ବାରିପଦା ୮.୫, ଅନୁଗୋଳ ଓ କୋରାପୁଟ ୮.୬, ଦାରିଙ୍ଗବାଡ଼ି ୯.୦, ଭବାନୀପାଟଣା ୯.୨, ବଲାଙ୍ଗୀର ୯.୪ ଓ କେନ୍ଦୁଝରଗଡ଼ରେ ୯.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା। ଆଗକୁ ପାରଦ ଆହୁରି ଖସିବ। ଆସନ୍ତା ୩ ଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଥରା ଶୀତର ସମ୍ଭାବନା ଥିବାରୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ମଧ୍ୟ ବିଭିନ୍ନ ଜିଲାକୁ ଆଲର୍ଟ କରିଛି। ତେବେ ଏହି ସମୟ ମଧ୍ୟରେ ଉପକୂଳବର୍ତ୍ତୀ ଜିଲାରେ ରାତିର ତାପମାତ୍ରା ୩ରୁ ୪ ଡିଗ୍ରୀ କମିବା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ଟୁଇଟ୍‌ କରି ସୂଚନା ଦେଇଛି।
ସୋମବାର ସକାଳୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ୬ ଜିଲାରେ ପ୍ରବଳ ଶୀତ ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ସେସେବୁ ଜିଲା ହେଲା ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୋଳ, ମୟୂରଭଞ୍ଜ ଓ ଢେଙ୍କାନାଳ। ସେହିପରି ୧୫ ଜିଲା ପାଇଁ ୟେଲୋ ୱାର୍ନିଂ ଜାରି ହୋଇଛି। ଏହି ଜିଲାଗୁଡ଼ିକ ହେଲା କୋରାପୁଟ, କନ୍ଧମାଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ଦେବଗଡ଼, କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର, ନୂଆପଡ଼ା, ବାଲେଶ୍ୱର, ଭଦ୍ରକ, କଟକ, ଯାଜପୁର ଓ କେନ୍ଦୁଝର। ମଙ୍ଗଳବାର ସକାଳୁ ବୁଧବାର ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ଅନୁଗୋଳ, ବରଗଡ଼, କୋରାପୁଟ, କଳାହାଣ୍ଡି, ବୌଦ୍ଧ, ଢେଙ୍କାନାଳ ଓ କନ୍ଧମାଳରେ ପ୍ରବଳ ଶୀତ ଅନୁଭୂତ ହେବ। ତେଣୁ ଏହି ୧୦ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ପ୍ରବଳ ଥଣ୍ଡାକୁ ଦୃଷ୍ଟିରେ ରଖି ରାତିରେ ବାସହୀନ ଓ ଆଶ୍ରା ଆବଶ୍ୟକ କରୁଥିବା ଲୋକଙ୍କ ପାଇଁ ସ୍କୁଲ୍‌, ଆଶ୍ରୟସ୍ଥଳ ଓ କମ୍ୟୁନିଟି ସେଣ୍ଟର ବିଲ୍ଡିଂରେ ଆବଶ୍ୟକ ବ୍ୟବସ୍ଥା କରିବାକୁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କ ସହ ପ୍ରାଣୀ ସମ୍ପଦକୁ ଶୀତରୁ ରକ୍ଷା କରିବା ପାଇଁ ଜନସଚେତନତା ଅଭିଯାନ ମଧ୍ୟ କରାଯାଇପାରିବ। ଏସବୁ ବ୍ୟବସ୍ଥା ଉଭୟ ଆଞ୍ଚଳିକ ଓ ସହରାଞ୍ଚଳରେ କରାଯିବ। ସେହିପରି ଯେଉଁ ଜିଲାରେ ଅରେଞ୍ଜ ଓ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି, ସେସବୁ ସ୍ଥାନରେ ଲୋକମାନେ ରାତି ସମୟରେ ଘର ଭିତରେ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଏଥିସହିତ ରାତିରେ ଦୁଇଚକିଆ ଯାନ କିମ୍ବା ଖୋଲା ଗାଡ଼ିରେ ଯାତାୟାତରୁ ଦୂରେଇ ରହିବା ପାଇଁ ଚିଠିରେ ପରାମର୍ଶ ଦେଇଛନ୍ତି ଏସ୍‌ଆର୍‌ସି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri