ଅସମ୍ଭାଳ ଶୀତ, ସତର୍କ କଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ ପ୍ରବଳ ଶୀତ ଲହରି ଜାରିରହିଛି। ରାତି ଅପେକ୍ଷା ସକାଳୁ ପାରଦ ସର୍ବନିମ୍ନ ସ୍ତରକୁ ଖସୁଥିବାରୁ ଅସମ୍ଭାଳ ଜାଡ଼ରେ ଥରୁଛନ୍ତି ଲୋକେ। କୁହୁଡ଼ି ସହ କୋହଲା ପବନ ଯୋଗୁ ଗାଁଠୁ ସହର ସବୁଠି ଜୀବନଯାତ୍ରା ପ୍ରଭାବିତ ହେଉଛି। କେତେକ ଜିଲାରେ ଅଧିକ ଥଣ୍ଡା ଅନୁଭୂତ ହେଉଥିବାରୁ ରାତି ୭ଟା ପରେ ରାସ୍ତା ଘାଟ ଶୂନ୍‌ଶାନ୍‌ ହୋଇଯାଉଛି। ଆଗକୁ ସ୍ଥିତି ଆହୁରି ଅସମ୍ଭାଳ ହେବାର ସମ୍ଭାବନା ରହିଛି। ତେଣୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)। ରବିବାର ଏନେଇ ସମସ୍ତ ଜିଲାପାଳ ଓ ମହାନଗର ନିଗମ କମିଶନରଙ୍କୁ ଚିଠି ଲେଖି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି।

ରବିବାର ୧୦ ଡିଗ୍ରୀ ତଳେ ୯ଟି ସହର ରହିଥିଲା। ଫୁଲବାଣୀରେ ସର୍ବନିମ୍ନ ୫.୫ ଡିଗ୍ରୀ ରହିଥିବାବେଳେ ଝାରସୁଗୁଡ଼ା ୭.୪, ବାରିପଦା ୮.୫, ଅନୁଗୋଳ ଓ କୋରାପୁଟ ୮.୬, ଦାରିଙ୍ଗବାଡ଼ି ୯.୦, ଭବାନୀପାଟଣା ୯.୨, ବଲାଙ୍ଗୀର ୯.୪ ଓ କେନ୍ଦୁଝରଗଡ଼ରେ ୯.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା। ଆଗକୁ ପାରଦ ଆହୁରି ଖସିବ। ଆସନ୍ତା ୩ ଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଥରା ଶୀତର ସମ୍ଭାବନା ଥିବାରୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ମଧ୍ୟ ବିଭିନ୍ନ ଜିଲାକୁ ଆଲର୍ଟ କରିଛି। ତେବେ ଏହି ସମୟ ମଧ୍ୟରେ ଉପକୂଳବର୍ତ୍ତୀ ଜିଲାରେ ରାତିର ତାପମାତ୍ରା ୩ରୁ ୪ ଡିଗ୍ରୀ କମିବା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ଟୁଇଟ୍‌ କରି ସୂଚନା ଦେଇଛି।
ସୋମବାର ସକାଳୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ୬ ଜିଲାରେ ପ୍ରବଳ ଶୀତ ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ସେସେବୁ ଜିଲା ହେଲା ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୋଳ, ମୟୂରଭଞ୍ଜ ଓ ଢେଙ୍କାନାଳ। ସେହିପରି ୧୫ ଜିଲା ପାଇଁ ୟେଲୋ ୱାର୍ନିଂ ଜାରି ହୋଇଛି। ଏହି ଜିଲାଗୁଡ଼ିକ ହେଲା କୋରାପୁଟ, କନ୍ଧମାଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ଦେବଗଡ଼, କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର, ନୂଆପଡ଼ା, ବାଲେଶ୍ୱର, ଭଦ୍ରକ, କଟକ, ଯାଜପୁର ଓ କେନ୍ଦୁଝର। ମଙ୍ଗଳବାର ସକାଳୁ ବୁଧବାର ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ଅନୁଗୋଳ, ବରଗଡ଼, କୋରାପୁଟ, କଳାହାଣ୍ଡି, ବୌଦ୍ଧ, ଢେଙ୍କାନାଳ ଓ କନ୍ଧମାଳରେ ପ୍ରବଳ ଶୀତ ଅନୁଭୂତ ହେବ। ତେଣୁ ଏହି ୧୦ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ପ୍ରବଳ ଥଣ୍ଡାକୁ ଦୃଷ୍ଟିରେ ରଖି ରାତିରେ ବାସହୀନ ଓ ଆଶ୍ରା ଆବଶ୍ୟକ କରୁଥିବା ଲୋକଙ୍କ ପାଇଁ ସ୍କୁଲ୍‌, ଆଶ୍ରୟସ୍ଥଳ ଓ କମ୍ୟୁନିଟି ସେଣ୍ଟର ବିଲ୍ଡିଂରେ ଆବଶ୍ୟକ ବ୍ୟବସ୍ଥା କରିବାକୁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କ ସହ ପ୍ରାଣୀ ସମ୍ପଦକୁ ଶୀତରୁ ରକ୍ଷା କରିବା ପାଇଁ ଜନସଚେତନତା ଅଭିଯାନ ମଧ୍ୟ କରାଯାଇପାରିବ। ଏସବୁ ବ୍ୟବସ୍ଥା ଉଭୟ ଆଞ୍ଚଳିକ ଓ ସହରାଞ୍ଚଳରେ କରାଯିବ। ସେହିପରି ଯେଉଁ ଜିଲାରେ ଅରେଞ୍ଜ ଓ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି, ସେସବୁ ସ୍ଥାନରେ ଲୋକମାନେ ରାତି ସମୟରେ ଘର ଭିତରେ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଏଥିସହିତ ରାତିରେ ଦୁଇଚକିଆ ଯାନ କିମ୍ବା ଖୋଲା ଗାଡ଼ିରେ ଯାତାୟାତରୁ ଦୂରେଇ ରହିବା ପାଇଁ ଚିଠିରେ ପରାମର୍ଶ ଦେଇଛନ୍ତି ଏସ୍‌ଆର୍‌ସି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri