ପହଲଗାମ ବର୍ବୋରଚିତ ଆତଙ୍କବାଦୀ ଆକ୍ରମଣକୁ ତୀବ୍ର ନିନ୍ଦା

ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ପହଲଗାମଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ଦିନ୍ଦା କରାଯାଇଛି। ଏଥିସହିତ ଗୁରୁବାର ମଧ୍ୟାହ୍ନରେ ଏକ ଶୋକସଭା ଅନୁଷ୍ଠିତ ହୋଇଛି। ଓକିଲ ସଂଘ ସଭାପତି ହୃଦୟ ରଞ୍ଜନ ମେକାପଙ୍କ ସଂଯୋଜନାରେ ଆୟୋଜିତ ସଭାରେ ପୂର୍ବତନ ସଭାପତି ହରପ୍ରସାଦ ରଥ ଅଧ୍ୟକ୍ଷତା କରିଥିଲେ। ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ଶହୀଦ ହୋଇଛନ୍ତି। ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଶହୀଦମାନଙ୍କ ସ୍ମୃତିରେ ଓକିଲ ସଂଘର ସଦସ୍ୟ ବୃନ୍ଦ ଗଭୀର ଶୋକ ପ୍ରକଟ କରିବା ସହ ଆତଙ୍କୀଙ୍କ ବର୍ବରୋଚିତ ଆକ୍ରମଣକୁ ତୀବ୍ର ନିନ୍ଦା କରିଥିଲେ। ପରେ ସଂଘ ପକ୍ଷରୁ ଅନୁଷ୍ଠିତ ଆଲୋଚନା ସଭାରେ ଆସନ୍ତା ୨୮ ତାରିଖରେ ଆଇନଜୀବୀ ଦିବସ ପାଳନ କରାଯିବା ସହ ସଂଘ କାର୍ଯ୍ୟାଳୟରେ ନୂତନ ଭାରତୀୟ ନ୍ୟାୟ ସଂହିତା ସମ୍ପର୍କିତ ଆଲୋଚନା ଚକ୍ର କରାଯିବା ନିମନ୍ତେ ପ୍ରସ୍ତାବ ଗୃହୀତ କରାଯାଇଥିଲା। ଶେଷରେ ଖାଲି ପଡ଼ିଥିବା ସଂଘର କୋଷାଧ୍ୟକ୍ଷ ପଦବୀ ନିମନ୍ତେ ଆଇନଜୀବୀ ସୀମାଞ୍ଚଳ ପ୍ରଧାନଙ୍କୁ ସର୍ବ ସମ୍ମତ ଭାବେ ମନୋନୀତ କରାଯାଇଥିଲା। ସଂଘର ଉପସଭାପତି ସନ୍ତୋଷ କୁମାର ସାହୁ,ସମ୍ପାଦକ ପ୍ରଦୀପ କୁମାର ନାୟକ,ସହ ସମ୍ପାଦକ ରବିଚନ୍ଦ୍ର ଗୌଡ଼, ଆଇନଜୀବୀ ଚନ୍ଦ୍ରଧଜ ସିଂହ, ପରେଶ ଚନ୍ଦ୍ର ରଥ, କୁରେଶୁ ପଣ୍ଡା, ମନୋରଞ୍ଜନ ପଣ୍ଡା,ବିଜୟ କୁମାର ପ୍ରଧାନ,ରାଜେନ୍ଦ୍ର କୁମାର ତ୍ରିପାଠୀ,କିଶୋର ଚନ୍ଦ୍ର ଗୌଡ଼, ସଚ୍ଚିକାନ୍ତ ରଥ,ସଞ୍ଜୟ କୁମାର ପଣ୍ଡା ପ୍ରମୁଖଙ୍କ ସମେତ ବହୁ ଆଇନଜୀବୀ ଉପସ୍ଥିତ ରହି ବିଭିନ୍ନ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ବ୍ରହ୍ମପୁର ଏମ୍‌ପି

ଦିଗପହଣ୍ଡି,୩୧।୧୦(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ଏମ୍‌ପି ଡ.ପ୍ରଦୀପ ପାଣିଗ୍ରାହୀ ଶନିବାର ଦିଗପହଣ୍ଡି ବ୍ଳକ ଗସ୍ତରେ ଆସି ବାତ୍ୟା ଅର୍ଣ୍ଣବର କରାଳ ରୂପରେ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ଗ୍ରାମ…

ଜିଲାପାଳଙ୍କ ସହ ଆଲୋଚନା କଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ଛତ୍ରପୁର, ୩୧ା୧୦(ଦିଲୀପ ସାମଲ): ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଏକ ଫ୍ୟାକ୍ଟ…

ଧୋଇଗଲା ବିଜୁ ସେତୁ ରାସ୍ତା, ତିନି ଖଣ୍ଡ ଗାଁ ଲୋକେ ହନ୍ତସନ୍ତ

ମୋହନା,୩୧ା୧୦(ମନ୍ମଥ ମିଶ୍ର): ତିନି ଖଣ୍ଡ ଗାଁକୁ ସଂଯୋଗ କରୁଥିବା ବିଜୁ ସେତୁ ଏବେ ବିପଦସଙ୍କୁଳ ଅବସ୍ଥାରେ। ଅର୍ଣ୍ଣବ ବାତ୍ୟାର ପ୍ରଭାବରେ ବ୍ରିଜ୍‌ ରାସ୍ତା ସହ ପ୍ରୋଟେକ୍ସନ ଗାଡ଼ୱାଲ…

ଗଞ୍ଜାମରେ ରବିବାର ଛୁଟି ବାତିଲ

ଛତ୍ରପୁର,୩୧ା୧୦(ଦିଲୀପ ସାମଲ): ଗଞ୍ଜାମ ଜିଲାରେ ବର୍ଷା ଆଶଙ୍କା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ୨ଟି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି ହୋଇଛି। ଛାତ୍ରୀଛାତ୍ରଙ୍କ…

କନ୍ଧମାଳରେ ସରକାରୀ ଛୁଟି ବାତିଲ, ରବିବାର ଖୋଲା ରହିବ କାର୍ଯ୍ୟାଳୟ

ଫୁଲବାଣୀ,୩୧ା୧୦(ରାକେଶ କୁମାର ରାଉତ): ବାତ୍ୟା ଜନିତ କ୍ଷୟକ୍ଷତି ଓ ଉଦ୍ଧାର କାର୍ଯ୍ୟ ତଥା ଆଗକୁ ଆସୁଥିବା ଅନ୍ୟ ଏକ ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ୧…

ବେଆଇନ ଗ୍ୟାସ୍‌ ମହଜୁଦ୍‌ ଉପରେ ଯୋଗାଣ ବିଭାଗର ଚଢ଼ାଉ, ୨୨୯ ଘରୋଇ ସିଲିଣ୍ଡର ଜବତ

ଖୋର୍ଦ୍ଧା,୩୧ା୧୦(ପ୍ରଭାତ ପାଣିଗ୍ରାହୀ): ଘରୋଇ ରନ୍ଧନ ଗ୍ୟାସ୍‌ ସିଲିଣ୍ଡରର ବେଆଇନ ମହଜୁଦ ଓ କଳାବଜାର ଉପରେ ଖୋର୍ଦ୍ଧା ଜିଲା ଯୋଗାଣ ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ କରାଯାଇଛି। ଭୁବନେଶ୍ୱର…

ଆଜମ ଖାନ୍‌ଙ୍କୁ ଗିରଫ କଲା ED: ଅଖିଳେଶ କହିଲେ…

ଲକ୍ଷ୍ନୌ,୩୧।୧୦: ଉତ୍ତର ପ୍ରଦେଶର ରାମପୁରରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଆଜମ୍‌ ଖାନଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ(ED) ଶନିବାର ଗିରଫ କରିଛି। ରାମପୁର…

ବନ୍ୟା ପ୍ରପୀଡ଼ିତଙ୍କୁ ଭେଟିଲେନି, ଚା’ ପିଇ ଚାଲିଗଲା ବିଜେଡି ଟିମ୍‌, ନିରାଶ ହେଲେ ଅଞ୍ଚଳବାସୀ

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ଓ ଋଷିକୁଲ୍ୟାର ପ୍ରଳୟଙ୍କରୀ ବନ୍ୟାରେ ଛାରଖାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳ। ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଶନିବାର ରାତିରେ ପହଞ୍ଚିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?