ଷ୍ଟ୍ରଙ୍ଗ୍‌ରୁମ୍‌, କାଉଣ୍ଟିଂ ହଲ୍‌ରେ ସିସିଟିଭି ବ୍ୟବସ୍ଥା

ଜଗତ୍‌ସିଂହପୁର ଅଫିସ, ୧୨ା୨: ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଶୁକ୍ରବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସୁପରିଚାଳନା ନିମନ୍ତେ ପୋଲିସ-ମାଜିଷ୍ଟ୍ରେଟ୍‌ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ପାରୁଲ ପଟୱାରୀ ଯୋଗଦେଇ କହିଥିଲେ, ଫେବୃୟାରୀ ୧୬ରୁ ନିର୍ବାଚନ ଆରମ୍ଭ ହେବ। ନିର୍ବାଚନ ଯେପରି ଅବାଧ ଓ ନିରପେକ୍ଷ ହେବ ସେନେଇ ପୋଲିସ ଓ ମାଜିଷ୍ଟ୍ରେଟଙ୍କ ମଧ୍ୟରେ ଉତ୍ତମ ସମନ୍ବୟର ଆବଶ୍ୟକତା ରହିଛି। ନିର୍ବାଚନ କମିଶନର ଜାନୁୟାରୀ ୧୧ରୁ ଫେବୃୟାରୀ ୨୮ ପର୍ଯ୍ୟନ୍ତ ଆଦର୍ଶ ଆଚରଣ ବିଧି ଲାଗୁ କରିଛନ୍ତି। ଜିଲାରେ ପଞ୍ଚାୟତ ନିର୍ବାଚନ ସୁପରିଚାଳନା ନିମନ୍ତେ ବରିଷ୍ଠ ଅଧିକାରୀଙ୍କୁ ତଦାରଖ ଦାୟିତ୍ୱ ଦିଆଯାଇଛି। ଅତିରିକ୍ତ ଜିଲାପାଳ (ପ୍ରଶାସନ) ସଚିଦାନନ୍ଦ ସାହୁଙ୍କୁ ଜଗତ୍‌ସିଂହପୁର ଓ ବିରିଡ଼ି ବ୍ଲକ, ପାରାଦୀପ ଅତିରିକ୍ତ ଜିଲାପାଳ କାହ୍ନୁଚରଣ ଧୀରଙ୍କୁ କୁଜଙ୍ଗ ଓ ଏରସମା ବ୍ଲକ, ଅତିରିକ୍ତ ଜିଲାପାଳ (ରାଜସ୍ବ) ଚିନ୍ମୟୀ ବିଶ୍ୱାଳଙ୍କୁ ରଘୁନାଥପୁର ଓ ତିର୍ତ୍ତୋଲ ବ୍ଲକ, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତିଙ୍କୁ ବାଲିକୁଦା ଏବଂ ନାଉଗାଁ ବ୍ଲକ ଦାୟିତ୍ୱ ଦିଆଯାଇଛି। ବୈଠକରେ ଏସ୍‌ପି ଅଖିଳେଶ୍ୱର ସିଂ କହିଥିଲେ, ପୋଲିସ ଅଧିକାରୀ ସମସ୍ତ ବୁଥ ପରିଦର୍ଶନ କରିଛନ୍ତି। ବିଡିଓ ଓ ଆଇଆଇସିଙ୍କ ସମନ୍ବୟରେ ନିର୍ବାଚନ ଠିକ୍‌ଭାବେ ପରିଚାଳନା ହେବ। ଜିଲାରେ ୧୦୩ ଜିଲା ପରିଷଦ ସଭ୍ୟ, ୬୫୮ ସମିତିସଭ୍ୟ, ୭୯୧ ସରପଞ୍ଚ, ୫୫୭୦ ଜଣ ୱାର୍ଡ ସଭ୍ୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏରସମା ବ୍ଲକ ଢ଼ିଙ୍କିଆ ପଞ୍ଚାୟତରେ ସରପଞ୍ଚ ଓ ୨୩ଟି ୱାର୍ଡସଭ୍ୟ ପଦବୀ ପାଇଁ ନିର୍ବାଚନ ହେବନାହିଁ। ଜିଲାରେ ୧୦୦୪ଟି ୱାର୍ଡସଭ୍ୟ ଓ ୨ଟି ପଞ୍ଚାୟତ ଯଥା ଏରସମା ବ୍ଲକ ଗଡ଼ହରିଶପୁର ସମିତିସଭ୍ୟ ଓ ବିରିଡ଼ି ବ୍ଲକ ପୂରଣ ସମିତିସଭ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ପ୍ରତି ପଞ୍ଚାୟତ ପାଇଁ ଜଣେ ଲେଖାଏ ସେକ୍ଟର ଅଫିସର, ବିଡିଓ ତଥା ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ନିୟୋଜିତ ହୋଇଛନ୍ତି। ଜିଲାରେ ୭୫୦ ସମ୍ବେଦନଶୀଳ ଓ ୨୨୯ଟି ଅତି ସମ୍ବେଦନଶୀଳ ବୁଥ ଚିହ୍ନଟ କରାଯାଇଛି । ଜିଲାରେ ୬୧୫ଟି ବୁଥରେ ମହିଳା ପୋଲିଂ ପାର୍ଟିଙ୍କୁ ନିୟୋଜିତ କରାଯାଇଛି। ଷ୍ଟ୍ରଙ୍ଗରୁମ୍‌ ଓ କାଉଣ୍ଟିଂ ହଲ୍‌ରେ ସିସିଟିଭି ବ୍ୟବସ୍ଥା କରାଯାଇଛି। ସମସ୍ତ ସମ୍ବେଦନଶୀଳ ଓ ଅତି ସମ୍ବେଦନଶୀଳ ବୁଥ୍‌ରେ ଭିଡିଓଗ୍ରାଫି କରାଯିବ। ନିର୍ବାଚନର ୩୬ ଘଣ୍ଟା ପୂର୍ବରୁ ପ୍ରଚାର ବନ୍ଦ ହେବ। ନିର୍ବାଚନ ଆରମ୍ଭର ୪୮ ଘଣ୍ଟା ପୂର୍ବରୁ ମଦ ଦୋକାନ ବନ୍ଦ କରାଯିବ। ପ୍ରତି ବୁଥ୍‌ରେ ଜଣେ ପୋଲିସ କର୍ମଚାରୀ ନିୟୋଜିତ ହେବେ। ବୈଠକରେ ସାଧାରଣ ପର୍ଯ୍ୟବେକ୍ଷକ ବିମଳେନ୍ଦୁ ରାୟ ଯୋଗଦେଇ କହିଥିଲେ, ସେକ୍ଟର ଅଫିସରମାନେ ପ୍ରିଜାଇଡିଂ ଅଫିସରମାନଙ୍କୁ ଗାଇଡ୍‌ କରିବେ। ଜିଲା ପଞ୍ଚାୟତ ଅଧିକାରୀ ଚକ୍ରଧର ମାହାଳି କାର୍ଯ୍ୟସୁଚୀ ଅନୁଯାୟୀ ଆଲୋଚନା କରିଥିଲେ। ଏଥିରେ ଜିଲାର ୩ ଅତିରିକ୍ତ ଜିଲାପାଳ, ଡିଆର୍‌ଡିଏ ପିଡିଙ୍କ ସମେତ ଜଗତ୍‌ସିଂହପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଉମେଶ କୁମାର ପଣ୍ଡା, ନିମାଇଁ ଚରଣ ସେଠୀ, ଧର୍ମେନ୍ଦ୍ର ମଲ୍ଲିକ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri