Posted inଖେଳ

କ୍ରିକେଟକୁ ବାଏ ବାଏ କହିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୮: ଭାରତୀୟ ଅଲରାଉଣ୍ଡର ଷ୍ଟୁଆର୍ଟ ବିନି ସୋମବାର ସମସ୍ତ ପ୍ରକାର କ୍ରିକେଟରୁ ଅବସର ନେଇଛନ୍ତି। ୩୭ ବର୍ଷୀୟ ବିନି ଦୀର୍ଘ ସମୟ ଧରି ଦଳରୁ ବାଦ୍‌ ପଡୁଥିଲେ। ସେ ୨୦୧୬ ପରଠାରୁ କୌଣସି ଅନ୍ତର୍ଜାତୀୟ ମ୍ୟାଚ ଖେଳି ନାହାଁନ୍ତି। ଯଦିଓ ସେ ଘରୋଇ କ୍ରିକେଟ ମାଧ୍ୟମରେ ଦଳକୁ ଫେରିବାକୁ ଚେଷ୍ଟା କରୁଥିଲେ। ୨୦୧୪ରେ ନ୍ୟୁଜିଲାଣ୍ଡ ବିପକ୍ଷ ଏକ ଦିନିକିଆ ମ୍ୟାଚରେ ଅନ୍ତର୍ଜାତୀୟ ଡେବ୍ୟୁ କରିଥିବା ଭେଟେରାନ ଭାରତୀୟ କ୍ରିକେଟର ରୋଜର ବିନିଙ୍କ ପୁଅ ଷ୍ଟୁଆର୍ଟ ଭାରତ ପାଇଁ ୬ଟି ଟେଷ୍ଟ, ୧୪ଟି ଦିନିକିଆ ଏବଂ ୩ ଟି -୨୦ ଖେଳିଛନ୍ତି। ସେ ଦିନିକିଆ କ୍ରିକେଟରେ ଭାରତ ପାଇଁ ସର୍ବୋତ୍ତମ ବୋଲିଂ ରେକର୍ଡ ରଖିଛନ୍ତି। ୨୦୧୪ରେ ସେ ବାଂଲାଦେଶ ବିପକ୍ଷରେ ୪ ରନ ଦେଇ ୬ ଉଇକେଟ ନେଇଥିଲେ। ଆଜି ପର୍ଯ୍ୟନ୍ତ କୌଣସି ଭାରତୀୟ ବୋଲର ତାଙ୍କ ରେକର୍ଡ ଭାଙ୍ଗି ପାରିବେ ନାହିଁ।
ଟେଷ୍ଟ କ୍ରିକେଟରେ ବିନି ୧୯୪ ରନ ଏବଂ ୩ ଉଇକେଟ, ଦିନିକିଆରେ ୨୩୦ ରନ ଏବଂ ୨୦ଉଇକେଟ, ଟି -୨୦ରେ ୩୫ ରନ ଏବଂ ୧ ଉଇକେଟ ନେଇଛନ୍ତି। ୯୫ ପ୍ରଥମ ଶ୍ରେଣୀ ମ୍ୟାଚରେ ବିନି ୪ ହଜାର ୭୯୬ ରନ ସଂଗ୍ରହ କରି ୧୪୮ ଉଇକେଟ ନେଇଥିଲେ। ୧୦୦ ତାଲିକା ଏ ମ୍ୟାଚରେ ୧୭୮୮ ରନ ସ୍କୋର କରିବା ବ୍ୟତୀତ ସେ ୯୯ ଉଇକେଟ ମଧ୍ୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri