Posted inଖେଳ

ଇତିହାସ ରଚିଲେ ଷ୍ଟୁଆର୍ଟ ବ୍ରଡ

ମାଞ୍ଚେଷ୍ଟର,୨୦।୭: ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଉଥିବା ଆଶେସ ସିରିଜର ଚତୁର୍ଥ ମ୍ୟାଚରେ ଇଂଲଣ୍ଡର ତାରକା ଦ୍ରୁତ ବୋଲର ଷ୍ଟୁଆର୍ଟ ବ୍ରଡ ଇତିହାସ ସୃଷ୍ଟି କରିଛନ୍ତି। ଚତୁର୍ଥ ଟେଷ୍ଟର ପ୍ରଥମ ଦିନରେ ହେଡଙ୍କୁ ଆଉଟ୍‌ କରି ବ୍ରଡ ଟେଷ୍ଟ କ୍ରିକେଟରେ ୬୦୦ ଉଇକେଟ ପୂରଣ କରିଥିଲେ। ଟେଷ୍ଟ କ୍ରିକେଟରେ ୬୦୦ ଉଇକେଟ ନେଇ ବ୍ରଡ ପଞ୍ଚମ ବୋଲର ହୋଇଛନ୍ତି। ବ୍ରଡ ପୂର୍ବରୁ ମୁରଲୀଧରନ, ସେନ୍‌ ୱାର୍ନ, ଜେମ୍ସ ଆଣ୍ଡରସନ ଏବଂ ଅନିଲ କୁମ୍ବଲେ ଏହି କୀର୍ତ୍ତିମାନ ହାସଲ କରିଛନ୍ତି।
ଚତୁର୍ଥ ଟେଷ୍ଟ ଆରମ୍ଭ ପୂର୍ବରୁ ଏହି ମାଇଲଖୁଣ୍ଟ ହାସଲ କରିବା ପାଇଁ ବ୍ରଡ ଦୁଇଟି ଉଇକେଟ ନେବା ଆବଶ୍ୟକ ଥିଲା। ଚତୁର୍ଥ ଟେଷ୍ଟର ପ୍ରଥମ ଦିନରେ ବ୍ରଡ ଦୁଇଟି ଉଇକେଟ ନେଇଥିଲେ। ବ୍ରଡ ଖ୍ବାଜା ଏବଂ ହେଡଙ୍କୁ ପ୍ୟାଭିଲିୟନକୁ ପଠାଇଥିଲେ।
ଟେଷ୍ଟ କ୍ରିକେଟରେ ଏହି ମାଇଲଖୁଣ୍ଟ ହାସଲ କରିବାକୁ ବ୍ରଡ ପାଇଁ ୧୬ ବର୍ଷ ସମୟ ଲାଗିଥିଲା। ବ୍ରଡ ୨୦୦୭ରେ ତାଙ୍କର ଟେଷ୍ଟ ଡେବ୍ୟୁ କରିଥିଲେ। ବ୍ରଡ ଏହା ପରେ ଲମ୍ବା ଫର୍ମାଟରେ ଆଉ ପଛକୁ ଚାହିଁଲା ନାହିଁ। ୧୬୬ ତମ ଟେଷ୍ଟରେ ବ୍ରଡ ୬୦୦ ଉଇକେଟ ସମାପ୍ତ କରିଛି। ଏହି କୀର୍ତ୍ତିମାନ ହାସଲ କରିବାରେ ବ୍ରଡ ହେଉଛି ଇଂଲଣ୍ଡର ଦ୍ୱିତୀୟ ଦ୍ରୁତ ବୋଲର। ବ୍ରଡଙ୍କ ସହ ଖେଳାଳି ଆଣ୍ଡରସନ ଟେଷ୍ଟ କ୍ରିକେଟରେ ୬୦୦ରୁ ଅଧିକ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri