ଜିଦ୍‌ରେ ଅଟଳ ନର୍ସିଂ କର୍ମଚାରୀ: ଆଜିଠୁ ସିରିଞ୍ଜ୍‌ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର, ୨୭ା୯(ବନ୍ଦନା ସେଠୀ):୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିବା ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ଏସ୍‌ମା ଲାଗୁ ସତ୍ତ୍ୱେ ଜିଦ୍‌ରେ ଅଟଳ ରହିଛନ୍ତି ନର୍ସିଂ ଅଫିସର। ୨ଦିନର ଆନ୍ଦୋଳନ ପରେ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ଶୁକ୍ରବାରଠାରୁ ଏହାକୁ ଜୋର୍‌ଦାର କରାଯିବ ବୋଲି ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାରଠାରୁ କେବଳ ଜରୁରିକାଳୀନ ସେବା ଜାରି ରହିଥିଲା। ଶୁକ୍ରବାରଠାରୁ ଜରୁରିକାଳୀନ ସେବାକୁ ମଧ୍ୟ ବନ୍ଦ ରଖାଯିବ। ରାଜ୍ୟର ସମସ୍ତ ନର୍ସିଂ କର୍ମଚାରୀ କାମ ବନ୍ଦ କରି ଆନ୍ଦୋଳନ ଜାରି ରଖିବେ ବୋଲି ସଂଘ ସଭାନେତ୍ରୀ ସୁଚିସ୍ମିତା ଦାଶ ସୂଚନା ଦେଇଛନ୍ତି। ବୁଧବାର ସ୍ବାସ୍ଥ୍ୟ ସଚିବ ଓ ଅନ୍ୟାନ୍ୟ ଅଧିକାରୀଙ୍କ ସହ ହୋଇଥିବା ଆଲୋଚନାକୁ ନେଇ ସଂଘ ସନ୍ତୁଷ୍ଟ ନ ଥିବା କହିଛି। ତେଣୁ ସରକାର ଉଚ୍ଚସ୍ତରୀୟ କମିଟି ଗଠନ କରି ଆଲୋଚନା କରିବାକୁ ଦାବି କରାଯାଇଛି। ଏଥିସହ ମୁଖ୍ୟମନ୍ତ୍ରୀ କିମ୍ବା ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଆଲୋଚନାକୁ ଆସିବାକୁ ସଂଘ ଆହ୍ବାନ କରିଛି। ବାରମ୍ବାର ଦାବି ସତ୍ତ୍ୱେ ପଦକ୍ଷେପ ନିଆଯାଉ ନ ଥିବାରୁ ଏବେ ଯାହା ପରିଣାମ ହେବ ସେ ନେଇ ରାଜ୍ୟ ସରକାର ଦାୟୀ ରହିବେ ବୋଲି ସଂଘ ପକ୍ଷରୁ କୁହାଯାଇଛି। ଏପଟେ ୩ ଦିନ ହେବ ନର୍ସିଂ କର୍ମଚାରୀ କାର୍ଯ୍ୟବନ୍ଦ କରିଥିବାରୁ ରାଜ୍ୟର ବିଭିନ୍ନ ମେଡିକାଲରେ ରୋଗୀ ସେବା ବ୍ୟାହତ ହୋଇଛି। ଏପରିସ୍ଥଳେ ଜରୁରିକାଳୀନ ସେବା ବନ୍ଦ କଲେ ରାଜ୍ୟରେ ସ୍ବାସ୍ଥ୍ୟ ବ୍ୟବସ୍ଥା ଭୁଶୁଡ଼ି ପଡିବ ବୋଲି ଆଶଙ୍କା ପ୍ରକାଶ ପାଇଛି।
ଅପରପକ୍ଷେ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର ଦାବି ପୂରଣ ପାଇଁ ଗୁରୁବାର ବିଭାଗସ୍ତରୀୟ ଆଲୋଚନା କରାଯାଇଥିଲା। ସରକାର ପରିସ୍ଥିତିର ଅନୁଧ୍ୟାନ କରି ସଂଘ ଦ୍ୱାରା ଉପସ୍ଥାପନ କରାଯାଇଥିବା ବିଭିନ୍ନ ଦାବି ଉପରେ ବିଚାରବିମର୍ଶ କରିବା ପାଇଁ ଏକ ଆନ୍ତଃବିଭାଗୀୟ କମିଟି ଗଠନ କରାଯିବ। ତେଣୁ ଗୁରୁତ୍ୱପୂର୍ଣ୍ଣ ସ୍ବାସ୍ଥ୍ୟସେବାର ଆବଶ୍ୟକତାକୁ ହୃଦୟଙ୍ଗମ କରି ଆନ୍ଦୋଳନକାରୀ ନର୍ସିଂ ଅଫିସରମାନେ ଆନ୍ଦୋଳରୁ ଓହରି କାର୍ଯ୍ୟରେ ଯୋଗଦେବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri