ଜିଦ୍‌ରେ ଅଟଳ ମଧ୍ୟାହ୍ନଭୋଜନ ପାଚିକା ସହାୟିକା

ଭୁବନେଶ୍ୱର,୨୮।୯(ଅନୁରାଧା ମହାରଣା)୧୫ ଦଫା ଦାବି ନେଇ ମଧ୍ୟାହ୍ନଭୋଜନ ପାଚିକା ସହାୟିକାମାନେ ଲୋୟର ପିଏମଜିରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଏଆଇଟିୟୁସି ସହବନ୍ଧିତ ନିଖିଳ ଓଡ଼ିଶା ଏମ୍‌ଡିଏମ୍‌ ପାଚିକା ସହାୟିକା ସଂଘ, ଏଚ୍‌ଏମ୍‌ଏସ୍‌ ସହବନ୍ଧିତ ପାଚିକା ସହାୟିକା ସଂଘ, ସିଆଇଟିୟୁ ସହବନ୍ଧିତ ଅଲ ଓଡ଼ିଶା ପାଚିକା ସହାୟିକା ସଂଘ, ଏଆଇୟୁଟିୟୁସି ସହବନ୍ଧିତ ଓଡ଼ିଶା ମିଳିତ ବିଦ୍ୟାଳୟ ପାଚିକା ସହାୟିକା ସଂଘ, ଏଆଇସିସିଟିୟୁ ସହବନ୍ଧିତ ଓଡ଼ିଶା ପାଚିକା ମହାସଂଘକୁ ନେଇ ଗଠିତ ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଂଘ ମିଳିତ ମଞ୍ଚ ପକ୍ଷରୁ ଏହି ଆନ୍ଦୋଳନ ଜାରି ରହିଛି। ତେବେ ଦାବି ପୂରଣ ନ ହେବା ଯାଏ ଆନ୍ଦୋଳନରୁ ଓହରିବେନି ବୋଲି ଆନ୍ଦୋଳନକାରୀମାନେ ଜିଦରେ ଅଟଳ ରହିଛନ୍ତି। ଶ୍ରମିକ ମାନ୍ୟତା, ଶିକ୍ଷା ବିଭାଗରେ ଚତୁର୍ଥ ଶ୍ରେଣୀ କର୍ମଚାରୀ ମାନ୍ୟତା, ମାସିକ ୨୬ ହଜାର ଟଙ୍କା ଦରମା, ବେଆଇନ ଛଟେଇ ବନ୍ଦ, ଛଟେଶ ଶ୍ରମିକଙ୍କୁ ପୁନଃ ନିଯୁକ୍ତି ପ୍ରଦାନ, ଅବସର ବୟସ ସୀମା ୬୫ବର୍ଷକୁ ବୃଦ୍ଧି, ସାମାଜିକ ସୁରକ୍ଷା ବ୍ୟବସ୍ଥା, ୧୦ ମାସ ବଦଳରେ ୧୨ ମାସର ଦରମା ପ୍ରଦାନ ଆଦି ଦାବି ନେଇ ଆନ୍ଦୋଳନକାରୀମାନେ ନାରାବାଜି କରିଛନ୍ତି। ମଧ୍ୟାହ୍ନଭୋଜନ ଯୋଜନାକୁ କେନ୍ଦ୍ର ସରକାର ପିଏମ୍‌ ପୋଷଣରେ ପରିବର୍ତ୍ତନ କରିଥିଲେ ମଧ୍ୟ ବାର୍ଷିକ ବଜେଟରେ ବ୍ୟୟ ବରାଦ ହ୍ରାସ କରାଯିବା, ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନ ଭୋଜନ ଭଳି ଗୁରୁତ୍ୱପୂର୍ଣ କାର୍ଯ୍ୟରେ ମାସକୁ କେବଳ ୧୪୦୦ଟଙ୍କା, ବର୍ଷରେ ୧୦ ମାସ ଭତ୍ତା ମିଳିବାକୁ ବିରୋଧ କରାଯାଇଛି। ନୂତନ ଶିକ୍ଷାନୀତି ୨୦୨୦କୁ ବାତିଲ କରିବା ସହ ଅନ୍ୟାନ୍ୟ ଦାବିରେ ପାଚିକା ସହାୟିକାମାନେ ଅଡ଼ି ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED

କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଅପିଲ କଲେ ପ୍ରଧାନମନ୍ତ୍ରୀ, ଦେଶରେ ହଇଚଇ, କାହିିଁକି ବାରମ୍ବାର କହୁଛନ୍ତି ଏମିତି…

ନୂଆଦିଲ୍ଲୀ,୧୧।୫: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ ଏବେ ବିଶ୍ୱ ଅର୍ଥନୀତି ଉପରେ ସ୍ପଷ୍ଟ ଭାବରେ ଦେଖାଯାଉଛି, ଏବଂ ଏହା ଭାରତ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri