ଛାତ୍ରୀ ଅପହରଣ, ବଳାତ୍କାର ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୧ା୨: ସ୍ବତନ୍ତ୍ର ଫାଷ୍ଟ ଟ୍ରାକ କୋର୍ଟ ବିଚାରପତି ଗଣେଶ୍ୱର ପତି ଶୁକ୍ରବାର ଏକ ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଉପଯୁକ୍ତ ପ୍ରମାଣ ଅଭାବରୁ ସେ ଅଭିଯୁକ୍ତ ଏ. ଶ୍ରବଣ କୁମାରଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ୨୦୨୧ ମେ ୨୧ ତାରିଖରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ତାଙ୍କ ଘର ନିକଟରୁ କେହି ଅପହରଣ କରିନେଇଥିଲେ। ଏ ନେଇ ଛାତ୍ରୀଙ୍କ ବାପା ବଡବଜାର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୧୦୦/୨୧ରେ ଏକ ମାମଲା ରୁଜୁ କରିଥିଲା। ତଦନ୍ତ ପରେ ଅପହୃତାଙ୍କୁ ଉଦ୍ଧାର କରିବା ସହ ଅପହରଣ ଅଭିଯୋଗରେ ଶ୍ରବଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। କୋର୍ଟରେ ଧାରା ୧୬୪ ଅନୁସାରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଥିଲା। ତଦନ୍ତକାରୀ ଅଧିକାରୀ ତଥା ଏସଆଇ ପି. କେ. ସାହୁ କୋର୍ଟରେ ଉକ୍ତ ମାମଲାର ଚାର୍ଜଶିଟ ଦାଖଲ କରିଥିଲେ। ମାମଲାର ବିଚାର ବେଳେ ୫ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଶୁକ୍ରବାର ଉକ୍ତ ମାମଲାର ଶୁଣାଣି ବେଳେ ଉପଯୁକ୍ତ ପ୍ରମାଣ ମିଳି ନ ଥିବାରୁ ଜଜ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ପିପି ମୋହନ ସିଙ୍ଗାରୀ ଓ ମୁଦାଲାଙ୍କ ପକ୍ଷରୁ ସୟଦ ଇକବାଲ ଓ ତାଙ୍କ ସହଯୋଗୀ ଯଶବନ୍ତ ନାୟକ ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri