ଛାତ୍ରୀ ଅପହରଣ, ବଳାତ୍କାର ମାମଲା: ଯୁବକଙ୍କୁ ୨୦ବର୍ଷ କାରାଦଣ୍ଡ

ବ୍ରହ୍ମପୁର,୨୦ା୨(ସୁବାସ ଚନ୍ଦ୍ର ପାଢ଼ୀ) : ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ଛାତ୍ରୀ ଅପହରଣ ଓ ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତ ଯୁବକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଦୋଷୀ ଜଣଙ୍କ ହେଲେ ଛତ୍ରପୁର ପୋଡ଼ାପଦରର ଜିତେନ୍ଦ୍ର ସେଠୀ(୩୪)। ଜଜ୍‌ ତାଙ୍କୁ ୨୦ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିବା ସହିତ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୧୦ ମାସ ସଶ୍ରମ କାରାଦଣ୍ଡ ଭୋଗିବାକୁ ନିର୍ଦ୍ଦେଶ ରହିଛି। ସେହିପରି ପୀଡ଼ିତାଙ୍କୁ ୪ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବାକୁ କୋର୍ଟ ଜିଲା ଆଇନ ସେବା ପ୍ରାଧିକରଣ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ, ୨୦୨୦ ଡିସେମ୍ବର ୨ ତାରିଖରେ ଟିୟୁଶନରୁ ଫେରୁଥିବା ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରାଯାଇଥିଲା। ଏ ନେଇ ପରିବାର ଲୋକେ କବିସୂର୍ଯ୍ୟନଗର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୩୩୪/୨୦ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଅପହରଣକାରୀ ଯୁବକ ଜଣଙ୍କ ବିବାହିତ ହୋଇଥିବା ବେଳେ ସେ ତାଙ୍କ ସ୍ତ୍ରୀଙ୍କୁ ଫୋନ କରିଥିଲେ। ପୋଲିସ ସେହି ଫୋନ ନଂ. ଟ୍ରାକ କରି ୧୦ ଦିନ ପରେ ନାବାଳିକାଙ୍କୁ ଉଦ୍ଧାର କରିବା ସହିତ ଅଭିଯୁକ୍ତ ଜିତେନ୍ଦ୍ରଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ମାମଲାର ବିଚାର ବେଳେ ୧୪ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ସରକାରଙ୍କ ତରଫରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?