ଟ୍ୟୁଶନରୁ ଫେରୁ ଥିବା ବେଳେ ଛାତ୍ରୀଙ୍କୁ ଅସଦାଚରଣ: ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପୋଲିସ ଦିଗପହଣ୍ଡି ପନ୍ଦରା ସାହିର ରାମକୃଷ୍ଣ ପଣ୍ଡା ଓରଫ ଲୁଲୁଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଏନେଇ ଦିଗପହଣ୍ଡି ଥାନାରେ ଦଫା ୩୪୧,୨୯୪, ୩୨୩, ୩୫୪(କ), ୫୦୬ ଆଇପିସିରେ ଏକ ମାମଲା(ନଂ.୩/୨୩) ରୁଜୁ ହୋଇଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।

ଛାତ୍ରୀ ଜଣକ ଟ୍ୟୁଶନରୁ ଘରକୁ ଫେରୁଥିଲେ। ସେତିକି ବେଳେ ଅଭିଯୁକ୍ତ ଜଣକ ତାଙ୍କୁ ଟଣାଓଟରା କରିବା ସହ ଗାଳିଗୁଲଜ କରିଥିଲେ। ଏନେଇ ଛାତ୍ରୀ ଜଣକ ପାଟି କରିବାରୁ ରାସ୍ତାରେ ଯାଉଥିବା ଲୋକେ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ। ହେଲେ ଅଭିଯୁକ୍ତ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ପରେ କିଛି ଯୁବକ ପିଛା କରି ତାଙ୍କୁ ଧରିବା ସହ ନିସ୍ତୁକ ମାଡ଼ ମାରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତଙ୍କୁ ଥାନାକୁ ନେଇଥିଲା। ଏନେଇ ଥାନାରେ ଏକ ଅଭିଯୋଗ ହୋଇଥିଲା। ପୋଲିସ ଅଭିଯୋଗକୁ ଭିତ୍ତି କରି ତଦନ୍ତ ପରେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri