ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି ଛାତ୍ରୀ। ସେହି ବିଦ୍ୟାଳୟର ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ ଛାତ୍ରୀ ତାଙ୍କ ଅଭିଭାବକଙ୍କୁ ମଙ୍ଗଳବାର ଫୋନ୍‌ ଯୋଗେ ଜଣାଇଥିଲେ। ଛାତ୍ରୀଙ୍କ ଅଭିଭାବକମାନେ ରାଜ୍ୟ ବାହାରେ ରୁହନ୍ତି। ପ୍ରଧାନଶିକ୍ଷକଙ୍କୁ ଫୋନ ଜରିଆରେ ଛାତ୍ରୀଙ୍କ ଅଭିଭାବକ ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ। ହେଲେ ଶିକ୍ଷକ ଜଣଙ୍କ ଘଟଣାକୁ ଏଡ଼ାଇ ଦେଇଥିଲେ। ତେବେ ଅଭିଭାବକ ପକ୍ଷରୁ ଶିକ୍ଷକଙ୍କ ବିରୋଧରେ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ବୁଧବାର ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରିଣୀ ମିନତୀ ସେଠୀଙ୍କ ନେତୃତ୍ୱରେ ଏକ ଆଭ୍ୟନ୍ତରୀଣ କମ୍ପ୍ଲେନ କମିଟି ବୁଧବାର ବିଦ୍ୟାଳୟରେ ପହଞ୍ଚି ଅପରାହ୍ନରେ ତଦନ୍ତ ଆରମ୍ଭ କରିଛନ୍ତି। ତଦନ୍ତ ରିପୋର୍ଟକୁ ଆଧାର କରି ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି ନିଜ ନାମ ଗୋପନ ରଖି କହିଛନ୍ତି ଅଧିକାରୀ।

ଏ ସଂକ୍ରାନ୍ତରେ ବ୍ଲକ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇଙ୍କ ମତାମତ ନେବାରୁ ଜିଲା କଲେକ୍ଟର ଅଫିସ ମିଟିଂ ଅଛନ୍ତି । ତଦନ୍ତ ରିପୋର୍ଟ ପରେ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯିବ ବୋଲି କୁହାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ ସବୁ ସରକାରୀ ବ୍ୟାଙ୍କ୍‌ର ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍‌ଲୀ,୨୭।୯: ସାରା ଦେଶରେ ୨୮ ରୁ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ସମସ୍ତ ସରକାରୀ ଏବଂ ଘରୋଇ (ପ୍ରାଇଭେଟ) ବ୍ୟାଙ୍କ ତିନି ଦିନିଆ ଧର୍ମଘଟରେ ରହିବାକୁ ଯାଉଛନ୍ତି। ଏହା…

କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ: ୩ ରାଶିଙ୍କୁ ଅଚାନକ ମିଳିବ ଟଙ୍କା! ଚାକିରିରେ ବଡ଼ ଅଫର୍‌

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ୯ଟି ଗ୍ରହ ମଧ୍ୟରୁ କିଛି ଶୁଭ ତ ଆଉ କିଛି ଅଶୁଭ ଗ୍ରହ ରହିଥାନ୍ତି। ଏଭଳି ସ୍ଥିତିରେ କେତୁଙ୍କ ଗଣନା ପାପୀ,…

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ…

କ୍ଷମତାର ଦୁରୁପଯୋଗ

ଦୁର୍ନୀତି ଓ ଲାଞ୍ଚ, ଏହି ଦୁଇଟି ଶବ୍ଦକୁ ପରସ୍ପର ବଦଳରେ ବ୍ୟବହାର କରାଯାଇପାରେ। କିନ୍ତୁ ପ୍ରକୃତରେ ଲାଞ୍ଚ ଶବ୍ଦ ୧୬ଶ ଶତାବ୍ଦୀରେ ଉତ୍ପତ୍ତି ହୋଇଥିଲା। ଏହାର ଅର୍ଥ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?