ଛାତ୍ରୀଙ୍କୁ ମାଡ଼ ମାମଲା: ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ବରଗଡ଼ ଅଫିସ,୧।୩: ବରଗଡ଼ ସହରର ଖଜୁରଟିକ୍ରାସ୍ଥିତ ନଲିଆଖଣ୍ଡି ରାଧାମାଧବ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ପୁଅଙ୍କ ମାଡରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀ ଗୁରୁତର
ହେବା ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ନେଇଛି । ଏହି ଘଟଣାରେ ଜିଲା ଶିକ୍ଷା ଅଧିକାରୀ ମିତ୍ରଭାନୁ କଚ୍ଛପ ଉକ୍ତ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ନଳିନୀ ରଥଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଘଟଣା ନେଇ ଅଭିଯୋଗ ପାଇବା ପରେ ଜିଲା ଶିକ୍ଷା ଅଧିକାରୀ କଚ୍ଛପ ଏହାର ବ୍ଳକ ଶିକ୍ଷା ଅଧିକାରୀ ସେବାଶ୍ରୀ ଭୋଇଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତ ରିପୋର୍ଟ ପାଇବା ପରେ ପ୍ରଧାନ ଶିକ୍ଷୟତ୍ରୀ ରଥଙ୍କ ଉପରେ ସେଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହା ପୂର୍ବରୁ ପୋଲିସ ଛାତ୍ରୀଙ୍କୁ ମାଡ଼ ମାରିଥିବା ପ୍ରଧାନ ଶିକ୍ଷୟିତ୍ରୀ ରଥଙ୍କ ପୁଅ ସ୍ବାଭିମାନଙ୍କୁ ଗିରଫ କରିଥିଲା।
ପ୍ରକାଶ ଥାଉକି, ବରଗଡ଼ ପୌର ପରିଷଦ ଅଧୀନ ୱାଡ୍‌ ନଂ-୭ ନଲିଆଖଣ୍ଡି ନିବାସୀ ଜୀବର୍ଦ୍ଧନ ଚନ୍ଦ୍ରାଙ୍କ ଝିଅ କବିତା ରାଧାମାଧବ ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀରେ ପଢୁଛନ୍ତି। ତେବେ ଗତ ଶୁକ୍ରବାର ପ୍ରଧାନ ଶିକ୍ଷୟିତ୍ରୀ ରଥଙ୍କ ଅନୁପସ୍ଥିତିରେ ତାଙ୍କ ପୁଅ ସ୍ବାଭିମାନ ବିଦ୍ୟାଳୟକୁ ଆସିଥିଲେ ଏବଂ ଛାତ୍ରୀ କବିତାଙ୍କୁ ପାଖକୁ ଡାକି ଲୁହାରଡରେ ନିସ୍ତୁକ ପିଟିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri