Posted inଜାତୀୟ

ଛାତ୍ରଙ୍କୁ ସହପାଠୀଙ୍କ ଦ୍ୱାରା ମାଡ଼ ମରାଇବା ମାମଲା: ତଦନ୍ତ ଲାଗି ବରିଷ୍ଠ ଆଇପିଏସ୍‌ ଅଫିସର ନିଯୁକ୍ତ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫ା୯): ଉତ୍ତରପ୍ରଦେଶର ମୁଜାଫରନଗରସ୍ଥିତ ଏକ ଘରୋଇ ସ୍କୁଲ୍‌ରେ ଜଣେ ୮ ବର୍ଷର ମୁସଲମାନ ଛାତ୍ରଙ୍କୁ ସହପାଠୀମାନଙ୍କ ଦ୍ୱାରା ଶିକ୍ଷୟିତ୍ରୀ ମାଡ଼ ମରାଇବା ଘଟଣା ଅତ୍ୟନ୍ତ ସାଂଘାତିକ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏହି ମାମଲାର ତଦନ୍ତ ପାଇଁ ଜଣେ ବରିଷ୍ଠ ଆଇପିଏସ୍‌ ଅଫିସର ନିଯୁକ୍ତ କରିବାକୁ ସର୍ବୋଚ୍ଚ ଅଦାଲତ ସୋମବାର ଉତ୍ତରପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତକାରୀ ଅଫିସର ତାଙ୍କ ରିପୋର୍ଟ ସୁପ୍ରିମକୋର୍ଟରେ ଦାଖଲ କରିବାକୁ ଜଷ୍ଟିସ ଅଭୟ ଏସ୍‌. ଓକା ଏବଂ ପଙ୍କଜ ମିଥଲଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେବା ସହ ରାଜ୍ୟ ସରକାର ପୀଡ଼ିତ ଛାତ୍ର ଓ ଅନ୍ୟମାନଙ୍କୁ କୌଣସି ପେସାଦାର ପରାମର୍ଶଦାତାଙ୍କ ଦ୍ୱାରା କାଉନ୍‌ସେଲିଂ କରାଇବା ପାଇଁ କହିଛନ୍ତି। ଉତ୍ତରପ୍ରଦେଶ ସରକାର ଶିକ୍ଷା ଅଧିକାର ଆଇନରେ ଥିବା ବ୍ୟବସ୍ଥାଗୁଡ଼ିକର ଅନୁପାଳନରେ ବିଫଳ ହୋଇଥିବା ଏହି ମାମଲାରୁ ଜଣାପଡ଼ିଛି। ଜାତି, ଧର୍ମ ଓ ଲିଙ୍ଗ ନିର୍ବିଶେଷରେ କୌଣସି ଭେଦଭାବ ନ ରଖି ୧୪ ବର୍ଷ ବୟସ ପର୍ଯ୍ୟନ୍ତ ପିଲାମାନଙ୍କୁ ଉନ୍ନତ ମାନର ମୁକ୍ତ ଓ ବାଧ୍ୟତାମୂଳକ ଶିକ୍ଷା ପ୍ରଦାନ କରିବାକୁ ଶିକ୍ଷା ଅଧିକାର ଆଇନରେ ବ୍ୟବସ୍ଥା ରହିଛି। ସାରା ଦେଶରେ ଥିବା ସ୍କୁଲ୍‌ଗୁଡ଼ିକରେ ଉକ୍ତ ଆଇନ କାର୍ଯ୍ୟକାରୀ ହୋଇଛି କି ନାହିଁ ତାହାର ଏକ ଷ୍ଟାଟସ୍‌ ରିପୋର୍ଟ ୪ ସପ୍ତାହ ମଧ୍ୟରେ ଦାଖଲ କରିବାକୁ ୟୁପି ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ମାମଲାର ଶୀଘ୍ର ବିଚାର ଲାଗି ମହାତ୍ମା ଗାନ୍ଧୀଙ୍କ ଅଣନାତି ତୁଷାର ଗାନ୍ଧୀ ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଥିଲେ। ଛାତ୍ରଙ୍କୁ ମାଡ଼ ମରାଇବା ଘଟଣାରେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ତାହାର ଏକ ଷ୍ଟାଟସ୍‌ ରିପୋର୍ଟ ଦାଖଲ ଲାଗି ଗତ ୬ ତାରିଖରେ ସର୍ବୋଚ୍ଚ ଅଦାଲତ ମୁଜାଫରନଗର ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଘର ପାଠପଢ଼ା କରି ନ ଥିବାରୁ ଛାତ୍ରଙ୍କ ସମ୍ପ୍ରଦାୟ ନାଁ ନେଇ ଗାଳିଦେବା ସହ ପିଲାମାନଙ୍କ ଦ୍ୱାରା ମାଡ଼ ମରାଇଥିବା ଶିକ୍ଷୟିତ୍ରୀଙ୍କ ବିରୋଧରେ ମୁଜାଫରନଗର ପୋଲିସ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri