Posted inଜାତୀୟ

ରାଜଧାନୀରେ ଛାତ୍ରଙ୍କୁ ପିଟି ପିଟି ହତ୍ୟା : ୫ ଗିରଫ

ନୂଆଦିଲ୍ଲୀ,୧୦।୧୦-ରାଜଧାନୀ ଦିଲ୍ଲୀ ଆଦର୍ଶନଗରରେ ଜଣେ ୧୮ ବର୍ଷୀୟ ଛାତ୍ରଙ୍କୁ ପିଟିପିଟି ହତ୍ୟା କରାଯାଇଛି। ଯୁବତୀଙ୍କ ସହ ସମ୍ପର୍କ ରଖିବା ଯୋଗୁ ଏପରି ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି। ମୃତକ ହେଲେ ପଶ୍ଚିମ ଦିଲ୍ଲୀର ଆଦର୍ଶ ନଗର ରାହୁଲ। ସେ ଦିଲ୍ଲୀ ୟୁନିଭରସିଟିର ସ୍କୁଲ ଅଫ ଓପନ ଲର୍ଣ୍ଣିଂର କଳା ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର । ପୋଲିସ ଏହି ଘଟଣାରେ ୫ଜଣଙ୍କୁ ହତ୍ୟା ଅଭିଯୋଗରେ ଗିରଫ କରିଛି। ଆକ୍ରମଣର ଭିଡିଓ ସିସିଟିଭି ଫୁଟେଜରେ କଏଦ ହୋଇଛି।
ଭିଡିଓରେ ଦେଖାଯାଇଛି, ରାହୁଲ ଅକ୍ଟୋବର ୭ରେ ଜଣେ ଯୁବତୀଙ୍କ ସହ ଯାଉଥିବା ଦେଖାଯାଇଛି। ଉଭୟେ ରାସ୍ତାରେ ଯିବାବେଳେ ହଠାତ୍‌ କିଛି ଲୋକ ରାହୁଲଙ୍କୁ ଆକ୍ରମଣ କରିଥିଲେ। ପରେ ସେଠାରୁ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକ ରାହୁଲଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

ଏ ନେଇ ଶନିବାର ଦିଲ୍ଲୀ ଉପ-ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ କହିଛନ୍ତି, ରାହୁଲଙ୍କ ପରିବାର ଏକ ଗ୍ରାମରୁ ଆସି ଏଠାରେ ବସବାସ କରୁଥିଲେ। ରାହୁଲ ଛାତ୍ରୀଛାତ୍ରଙ୍କୁ ମଧ୍ୟ ଶିକ୍ଷାଦାନ କରୁଥିଲେ। ଖୁବଶିଘ୍ର ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…

ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା…

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….

ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri