୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ ନେଇ ଚିନ୍ତା ବଢ଼ିଛି।

ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ଯୋଗୁ କୋମଳମତି ଛାତ୍ରମାନେ ଗୁରୁବାର ପ୍ରାୟ ୨୫ ଫୁଟ ଉଚ୍ଚତା ବିଶିଷ୍ଟ ପାଣି ଟାଙ୍କି ଉପରକୁ ଚଢ଼ି ପୋଷାକ ଶୁଖାଉଥିବା ଦେଖିବାକୁ ମିଳିଛି। ବିଦ୍ୟାଳୟରେ ଶିକ୍ଷକ ଓ ହଷ୍ଟେଲ ପରିଚାଳନା ଦାୟିତ୍ୱରେ ଥିବା ବ୍ୟକ୍ତିବିଶେଷଙ୍କ ଉପସ୍ଥିତି ସତ୍ତ୍ୱେ ପିଲାମାନେ ଏଭଳି ଦୁଃସାହସିକ କାର୍ଯ୍ୟ କିପରି କରୁଛନ୍ତି।

ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖା ଦେଇଛି। ଏ ନେଇ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ମେହେରଙ୍କୁ ପଚାରିବାରୁ ସେ କହିଛନ୍ତି, ହଷ୍ଟେଲ ସିସିଏଙ୍କୁ ଘଟଣା ସଂକ୍ରାନ୍ତରେ ପଚାରି ବୁଝାଯିବ।

Share