Posted inଜାତୀୟ

ସ୍ପୁଲ୍‌ ଯାଇ ନ ପାରିବାରୁ ୯ମ ଶ୍ରେଣୀ ଛାତ୍ର ନେଲେ ଏମିତି ପଦକ୍ଷେପ

ଭୋପାଳ,୨୩।୧୧: ମଧ୍ୟପ୍ରଦେଶର ବୈତୁଲରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ ଯାଇ ନ ପାରିବା କାରଣରୁ ଜଣେ ୯ମ ଶ୍ରେଣୀ ଛାତ୍ର ଆତ୍ମହତ୍ୟା କରିଛନ୍ତି। ପୋଲିସ ଘଟଣାର ଯାଞ୍ଚ୍‌ ଆରମ୍ଭ କରିଛି। ମୃତ ଛାତ୍ର ଜଣଙ୍କ ହେଲେ ରାହୁଲ ସରଦାର। ସେ ଚୋପନା ସରକାରୀ ସ୍କୁଲରେ ପଢୁଥିଲେ। ସେ ଗ୍ରାମର ଅନ୍ୟ ଛାତ୍ରୀଛାତ୍ରଙ୍କୁ ସହ ଯାତ୍ରୀବାହୀ ବସ୍‌ରେ ସ୍କୁଲ ଯିବା ଆସିବା କରୁଥିଲେ। ସୋମବାର ସକାଳ ୯ଟାରେ ସେ ସ୍କୁଲ ଯିବା ପାଇଁ ଘରୁ ବାହାରିଥିଲେ। କିନ୍ତୁ ବସ୍‌ ଷ୍ଟାଣ୍ଡ୍‌ରେ ପହଞ୍ଚିବା କ୍ଷଣି ବସ୍‌ ଆସିଥିଲା କିନ୍ତୁ ଭିଡ ଯୋଗୁ କଣ୍ଡକ୍ଟର ସ୍କୁଲ ପିଲାଙ୍କୁ ଆଉ ଉଠାଇ ନ ଥିଲେ। ଏହା ପରେ ରାହୁଲ ସମେତ ସବୁ ପିଲା ଘରକୁ ଫେରି ଆସିଥିଲେ। କିନ୍ତୁ ରାହୁଲ ସ୍କୁଲ ଯିବାକୁ ଚାହୁଁଥିଲେ। ସେ କେବେ ସ୍କୁଲ ବିସ୍‌ କରିବାକୁ ପସନ୍ଦ କରୁ ନ ଥିଲେ। ସେଦିନ ସ୍କୁଲ ଯାଇ ନ ପାରିବାରୁ ସେ ଘର ପଛରେ ଥିବାର ଏକ ଗଛରେ ଫାଶୀ ଦେଇ ଆତ୍ମହତ୍ୟା କରିଥିଲେ। ପରିବାର ଲୋକେ ଏହା ଦେଖି ଭୟଭୀତ ହୋଇଯାଇଥିଲେ। ସେ ତୁରନ୍ତ ତାଙ୍କୁ ଉଦ୍ଧାର କରିଥିଲେ। ସେତେବେଳକୁ ତାଙ୍କର ମୃତ୍ୟୁ ହୋଇସାରିଥିଲେ। ଏନେଇ ରାହୁଲଙ୍କ ଦାଦା ଏବଂ ଖୁଡୀ କହିଛନ୍ତି, ପୁଅ ସ୍କୁଲ ଯାଇ ନ ପାରିବା ଦୁଃଖରେ ଏମିତି ପଦକ୍ଷେପ ନେଇଛି। ତେବେ ଆତ୍ମହତ୍ୟାର ପ୍ରକୃତ କାରଣ ତଦନ୍ତ ପରେ ହିଁ ଜଣାପଡିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri