ହଷ୍ଟେଲ ଛାତରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା, ପ୍ରଧାନ ଶିକ୍ଷକ, ଓ୍ବାର୍ଡେନ ଥାନାରେ ଅଟକ

ସୁନ୍ଦରଗଡ଼/ଲେଫ୍ରିପଡା,୧।୪(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ଥାନା ଅନ୍ତର୍ଗତ ପଟୁଆଡ଼ିହି ପଞ୍ଚାୟତ ଉଚ୍ଚବିଦ୍ୟାଳୟ ହଷ୍ଟେଲ ଛାତରୁ ଶୁକ୍ରବାର ଜଣେ ୧୦ମ ଶ୍ରେଣୀ ଛାତ୍ରୀ ଡେଇଁ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟାର କାରଣ ପୋଲିସ ସ୍ପଷ୍ଟ କରି ନ ଥିଲେ ହେଁ ମୃତା ଛାତ୍ରୀଙ୍କ ପରିବାର ପକ୍ଷରୁ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରାଯାଇଛି।
ପ୍ରକାଶ ଯେ, ଛାତ୍ରୀ ଜଣକ ବିଦ୍ୟାଳୟର ହଷ୍ଟେଲରେ ରହି ୧୦ମ ଶ୍ରେଣୀରେ ପାଠ ପଢ଼ୁଥିଲେ। ବିଭିନ୍ନ ସମୟରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ୟାମସୁନ୍ଦର ପଟେଲ ଛାତ୍ରୀ ଜଣଙ୍କୁ ଅସଦାଚରଣ କରି ଆସୁଥିଲେ। ଏନେଇ ଛାତ୍ରୀ ପୂର୍ବରୁ ସାଙ୍ଗସାଥୀ, ଘର ଲୋକଙ୍କ ନିକଟରେ ଅଭିଯୋଗ କରିଥିଲେ। ଆଉ ମାତ୍ର କିଛି ଦିନ ପରେ ୧୦ମ ଶ୍ରେଣୀ ବୋର୍ଡ ପରୀକ୍ଷା ହେବାକୁ ଥିବାରୁ ପାଠପଢ଼ା ବ୍ୟାଘାତ ହେବା ଆଶଙ୍କା କରି ପରିବାର ଲୋକ ନୀରବ ରହିଥିଲେ। ପ୍ରଧାନ ଶିକ୍ଷକଙ୍କ ଆଚରଣରେ ଅତିଷ୍ଠ ହୋଇ ଶେଷରେ ଅପରାହ୍ନରେ ଛାତ୍ରୀ ଜଣକ ହଷ୍ଟେଲର ଦୁଇ ମହଲା ଛାତ ଉପରୁ ତଳକୁ ଡେଇଁ ପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଜିଲା ଜିଲା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ପରେ ପୋଲିସ ପରିବାର ଲୋକଙ୍କ ଅଭିଯୋଗକୁ ଆଧାରକରି ଲେଫ୍ରିପଡ଼ା ଥାନାରେ ଏକ ମାମଲା (ନଂ.୫୬/୨୦୨୨) ରୁଜୁ କରିଛି। ପ୍ରଧାନ ଶିକ୍ଷକ ଶ୍ୟାମସୁନ୍ଦର ପଟେଲ ଓ ହଷ୍ଟେଲର ଓ୍ବାର୍ଡେନ ରିଙ୍କି ବେହେରାଙ୍କୁ ସୁନ୍ଦରଗଡ଼ ଟାଉନ ଥାନାରେ ଅଟକ ରଖି ପୋଲିସ ତଦନ୍ତ ଆରମ୍ଭ କରିଛି। ସୁନ୍ଦରଗଡ଼ ଏସ୍‌ଡିପିଓ ଘଟଣାର ତଦନ୍ତ କରୁଛନ୍ତି। ଏହି ଘଟଣାକୁ ନେଇ ମୃତା ଛାତ୍ରୀଙ୍କ ପରିବାର, ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଅଭିଭାବକ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ତଦନ୍ତ ଚାଲିଥିବାରୁ ପୋଲିସ ସବିଶେଷ ତଥ୍ୟ ଦେଇନାହିଁ। ଜିଲା ଶିକ୍ଷାଧିକାରୀ (ଡିଇଓ) ଅମୂଲ୍ୟ ପ୍ରଧାନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ୟାମସୁନ୍ଦର ପଟେଲଙ୍କୁ ଚାକିରିରୁ ନିଲମ୍ବିତ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri