କାଳିଆପାଣି,୨୮ା୫(ଅସିତ୍ ମହାନ୍ତ):ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳର ଜଣେ ଛାତ୍ର ମାଟ୍ରିକ ପରୀକ୍ଷାରେ କମ୍ ନମ୍ବର ରଖିଥିବାରୁ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ସୁକିନ୍ଦା ଜଗନ୍ନାଥ ନୋଡାଲ ହାଇସ୍କୁଲର ଛାତ୍ର ପ୍ରଜ୍ଞା କୁମାର ପଣ୍ଡା। ସେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିଲେ। ରବିବାର ପରୀକ୍ଷାଫଳ ପ୍ରକାଶିତ ହୋଇଥିଲା। ସେ ୫୦ ପ୍ରତିଶତ ନମ୍ବର ରଖିଥିଲେ। ହେଲେ ସେ ଆଶାନୁରୂପ ନମ୍ବର ରଖି ନ ଥିବା ଜାଣିବା ପରେ ମାନସିକ ଭାରସାମ୍ୟ ହରାଇ ବସିଥିଲେ। ଘରେ କେହି ନ ଥିବା ସୁଯୋଗ ନେଇ ବେକରେ ଶାଢ଼ି ବାନ୍ଧି ଝୁଲିପଡିଥିଲେ। ଖବର ପାଇ ସୁକିନ୍ଦା ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା(ନଂ.୧୬/୨୪)ରୁଜୁ ହୋଇଛି। ସୂଚନାଯୋଗ୍ୟ, ପ୍ରଜ୍ଞାଙ୍କ ଘର ପାଣିକୋଇଲି ଥାନା ଅଧୀନ ବଡ଼ବିରୁଆଁ ଗାଁରେ। ହେଲେ ତାଙ୍କ ପରିବାର ସୁକିନ୍ଦାରେ ଭଡ଼ାରେ ରହୁଥିଲେ।
Posted inHome, Home Left, ଆମ ଜିଲା ଖବର, ଯାଜପୁର View All
ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…
ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…
ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର
ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…
ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…
ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…
ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…
ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…
୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…
ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…
ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍ଙ୍କ ବାଜିମାତ୍: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…
ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…
ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…
ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍ ଓରଫ୍ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍ସୋ କୋର୍ଟରେ ହାଜର…
ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ
କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…
Archives

