ପରୀକ୍ଷାଫଳକୁ ନେଇ ଦ୍ବନ୍ଦ୍ୱରେ ଛାତ୍ରୀଛାତ୍ର

ବାରିପଦା ଅଫିସ,୭ା୪: ବାରିପଦା ତକତପୁରସ୍ଥିତ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମ୍ମିଳିତ ବି.ଇଡି. ଏମ.ଇଡି. ଛାତ୍ରୀଛାତ୍ରମାନଙ୍କ ପରୀକ୍ଷାଫଳକୁ ନେଇ ଲାଗିଥିବା ଦ୍ୱନ୍ଦ୍ୱର ସମାଧାନ ପାଇଁ ଦାବି କରିଛନ୍ତି। ବିଭାଗର ଶେଷ ବର୍ଷ ଛାତ୍ର ତଥା ମୟୂରଭଞ୍ଜ ଜିଲା ବିଜୁ ଛାତ୍ର ଜନତା ଦଳର ଜିଲା ଉପ ସଭାପତି ଶୁଭଜିତ ପାଣିଙ୍କ ନେତୃତ୍ୱରେ ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ଲକ୍ଷ୍ମୀଧର ଗିରିଙ୍କୁ ଭେଟି ସମସ୍ୟା ସମ୍ପର୍କରେ ଅବଗତ କରିବା ସହ ଆସନ୍ତା ୭ ଦିନ ମଧ୍ୟରେ ସମାଧାନ ନ ହେଲେ ଆନ୍ଦୋଳନ କରିବା ନେଇ ଚେତାବନୀ ଦେଇଛନ୍ତି ।
ପ୍ରକାଶ ଯେ, ଉକ୍ତ ପାଠ୍ୟକ୍ରମରେ ଶିକ୍ଷାଗ୍ରହଣ କରୁଥିବା ଛାତ୍ରୀଛାତ୍ରମାନେ ଏକା ସହ ବି.ଇଡି. ଓ ଅନ୍ୟଟି ଏମ.ଇଡି. ଦୁଇଟି ଡିଗ୍ରୀ ହାସଲ କରିବେ। ତେବେ କେତେକ ଜାଗାରେ କେବଳ ବି.ଇଡି. କିମ୍ବା ଏମ.ଇଡି. ମାର୍କ ମାଗିଲେ ଛାତ୍ରୀଛାତ୍ରମାନେ ଦେବାରେ ବିଫଳ ହେଉଛନ୍ତି। ତେବେ ସେମାନେ ଗୋଟିଏ ମାର୍କସିଟ ଦୁଇଟି ଡ଼ିଗ୍ରୀ ପାଇଁ ଅଲଗା ଅଲଗା ମାର୍କ ଦର୍ଶାଇବା ପାଇଁ ନିବେଦନ କରିଛନ୍ତି ।
ଅନ୍ୟ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସ୍ନେହାଶିଷ ମହାନ୍ତି, ସ୍ବୟମ ପ୍ରଜ୍ଞା ପଲେଇ, ଦୀପକ କୁମାର ବେହେରା, ସୁମନ ସଙ୍ଗୀତା ଜେନା, ସ୍ମାରକୀ ପଣ୍ଡା, ନବଜ୍ୟୋତି ଶାଶ୍ୱତ ମହାନ୍ତ, ସରୋଜ କୁମାର ନାୟକ, ଗୁରୁପ୍ରସାଦ ସାହୁ, ପ୍ରବୀଣ କୁମାର ସାହୁ, ସନ୍ତୋଷ କୁମାର ଜେନା, ଦେବାହୋତି ସାଏନ୍ତ, ବର୍ଷା ବନିତା ଜେନା, ପ୍ରଣବକାନ୍ତି ଦତ୍ତ, ପରମେଶ୍ବର ବାରିକ, ଅକ୍ରୁର ବୈରାଗୀ, ଦେବଦତ୍ତ ମିଶ୍ର, ଶିବାନୀ ପ୍ରିୟଦର୍ଶିନୀ ଓ ନମିତା ସୋରେନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri