ଛାତ୍ର କଂଗ୍ରେସର ବିଧାନସଭା ଘେରାଉ ଉଦ୍ୟମ

ଭୁବନେଶ୍ୱର, ୫।୯(ସୁନିତ୍‌ ମିଶ୍ର): ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ୍‌ ନାରାୟଣ ପ୍ରଧାନଙ୍କ ନେତୃତ୍ୱରେ ଛାତ୍ର ସଂସଦ ନିର୍ବାଚନ ଦାବି ନେଇ ବୁଧବାର ବିଧାନସଭା ଘେରାଉ ଉଦ୍ୟମ କରାଯାଇଥିଲା। ଛାତ୍ର କଂଗ୍ରେସ କର୍ମୀମାନେ କଂଗ୍ରେସ ଭବନଠାରୁ ଏକ ରାଲିରେ ବାହାରି ବିଧାନସଭା ଅଭିମୁଖେ ଯିବା ସମୟରେ ଲୋୟର ପିଏମ୍‌ଜିଠାରେ ପୋଲିସ ସେମାନଙ୍କୁ ଅଟକାଇଥିଲା। ଏହାପରେ ଛାତ୍ର କଂଗ୍ରେସ କର୍ମୀ ଓ ପୋଲିସଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାପରେ ପୋଲିସ କେତେଜଣ ଛାତ୍ର କଂଗ୍ରେସ ନେତାଙ୍କୁ ଅଟକ ରଖି ପରବର୍ତ୍ତୀ ସମୟରେ ଛାଡ଼ିଦେଇଥିବା ଜଣାପଡ଼ିଛି।
ଏହି ଅବସରରେ ଉଦିତ୍‌ କହିଛନ୍ତି, ଛାତ୍ର ସଂସଦ ନିର୍ବାଚନ ବନ୍ଦକରି ସରକାର ନେତୃତ୍ୱ ସୃଷ୍ଟି କରିବାପାଇଁ ଚାହୁଁନାହାନ୍ତି। ଛାତ୍ରମାନେ ହେଉଛନ୍ତି ଆଗାମୀ ଦିନର ଭବିଷ୍ୟତ। ଭବିଷ୍ୟତର ପିଢ଼ିକୁ ଏ ସରକାର ଅଣଦେଖା କରିବାକୁ ଚେଷ୍ଟା କରୁଛନ୍ତି। ପୂର୍ବର ବିଜେଡି ସରକାର ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଥିଲେ। ଭାଜପା ସରକାରରେ ଏହାର ପୁନରାବୃତ୍ତି କରାଯାଇଛି। ଏଥିରୁ ସ୍ପଷ୍ଟ ଅନୁମେୟ ଉଭୟ ଭାଜପା ଏବଂ ବିଜେଡି ଛାତ୍ରୀଛାତ୍ରଙ୍କୁ ଗଣତାନ୍ତ୍ରିକ ଅଧିକାରରୁ ବଞ୍ଚିତ ରଖିବା ପାଇଁ ଷଡ଼ଯନ୍ତ୍ର ଚଳାଇଛନ୍ତି। ତଥାପି ସରକାରଙ୍କ ଏଭଳି ଷଡ଼ଯନ୍ତ୍ରକୁ ଛାତ୍ର କଂଗ୍ରେସ କେବେହେଲେ ବରଦାସ୍ତ କରିବ ନାହିଁ। ପୂର୍ବତନ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ କହିଛନ୍ତି, ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ପାଇଁ କେନ୍ଦ୍ରମନ୍ତ୍ରୀ ଯେଉଁ ହୀନ ପ୍ରୟାସ କରୁଛନ୍ତି ତାହ ନିନ୍ଦନୀୟ। ଅପରପକ୍ଷେ ଛାତ୍ର କଂଗ୍ରେସ ସଭାପତି ତାଙ୍କ ବକ୍ତବ୍ୟରେ ମଧ୍ୟ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ପ୍ରସଙ୍ଗକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି। ଆଗାମୀ ଦିନରେ ରାଜ୍ୟ ସରକାର ଯଦି ଛାତ୍ରୀଛାତ୍ରଙ୍କ ନ୍ୟାଯ୍ୟ ଦାବିରେ କୌଣସି ବାଧା ସୃଷ୍ଟି କରନ୍ତି ତେବେ ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ଚୁପ୍‌ ବସିବ ନାହିଁ ବୋଲି ଉଦିତ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri