ତୈଳ, ଗ୍ୟାସ୍‌ ଦରବୃଦ୍ଧି ପ୍ରତିବାଦରେ ରାସ୍ତାରେ ଛାତ୍ର କଂଗ୍ରେସ

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ରାଷ୍ଟ୍ରୀୟ ଛାତ୍ର କଂଗ୍ରେସ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ ଅନୁଲେଖା ବୋଷା ସୋମବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କୁ ବିମାନବନ୍ଦରରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କ ନେତୃତ୍ୱରେ ଶତାଧିକ କର୍ମୀ ସ୍ବାଗତ କରିଛନ୍ତି। ଏହି ଅବସରରେ ବର୍ଦ୍ଧିତ ତୈଳ, ରନ୍ଧନ ଗ୍ୟାସ୍‌ ଓ ନିତ୍ୟ ବ୍ୟବହାର୍ଯ୍ୟ ଖାଦ୍ୟ ପଦାର୍ଥର ଦର ବୃଦ୍ଧି ପ୍ରତିବାଦରେ ଏୟାରପୋର୍ଟ ଛକରୁ ହସ୍ପିଟାଲ ଛକ ପର୍ଯ୍ୟନ୍ତ ଏକ ବିକ୍ଷୋଭ ପଦଯାତ୍ରା କରାଯାଇଛି। ହସ୍ପିଟାଲ ଛକରେ ଛାତ୍ର କଂଗ୍ରେସ ନେତୃବୃନ୍ଦ ପୋଲିସ ବ୍ୟାରିକେଡ ଭାଙ୍ଗି ରାସ୍ତାରେ ବସି ବିକ୍ଷୋଭ କରିଛନ୍ତି। ୟାସିର କହିଛନ୍ତି, ମୋଦିଙ୍କ ‘ଅଚ୍ଛେ ଦିନ୍‌’ ଓ ନବୀନଙ୍କ ‘ବିଜୁବାବୁଙ୍କ ସ୍ବପ୍ନ’ର ବାସ୍ତବ ରୂପ ଏବେ ଦେଶ ଓ ରାଜ୍ୟବାସୀ ଦେଖୁଛନ୍ତି। ହାଣ୍ଡିଶାଳରେ ମହାଙ୍ଗା ମାଡ଼। ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ୍‌ର ଦରବୃଦ୍ଧି ହିଟଲର ଶାସନର ପ୍ରତିଫଳନ ହୋଇଛି। ମୋଦି ଓ ନବୀନ ସାଧାରଣ ଜନତାଙ୍କ ରକ୍ତ ଶୋଷଣ କରୁଛନ୍ତି। ସେମାନଙ୍କ ଶାସନ ସମୟରେ ରାଜ୍ୟବାସୀଙ୍କ ଅବସ୍ଥା ରସାତଳଗାମୀ ହୋଇଛି। ରାଜ୍ୟର ସମସ୍ତ ଛାତ୍ରୀଛାତ୍ରଙ୍କୁ ତୁରନ୍ତ ଟିକାକରଣ ପାଇଁ ଦାବି କରିଛନ୍ତି। ସୁଶ୍ରୀ ଅନୁଲେଖା କହିଛନ୍ତି, ମୋଦି ଓ ନବୀନଙ୍କ ଶାସନରେ ଓଡ଼ିଶାର ଜନସାଧାରଣ ଅତିଷ୍ଠ। ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ୍‌ର ଦରବୃଦ୍ଧି ବିରୋଧରେ ନବୀନବାବୁ ମୁହଁ ଖୋଲୁନାହାନ୍ତି। ତେଲ ଦର ଲିଟର ପିଛା ୪୦ ଟଙ୍କା ହେବା ଉଚିତ ବୋଲି ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀ କହିଛନ୍ତି। କଂଗ୍ରେସ ଶାସନ ସମୟରେ ତେଲ ଦର ଟଙ୍କାଟେ ବଢ଼ିଲେ ବିଜେଡି ରାଜରାସ୍ତାରେ ଚିତ୍କାର କରେ, ବର୍ତ୍ତମାନ କାହିଁକି ଚୁପ୍‌ ଅଛି ବୋଲି ସେ ପ୍ରଶ୍ନ କରିୁଛନ୍ତି। ବିଜୁ ଛାତ୍ର ଜନତା ଗରିବ ଜନସାଧାରଣଙ୍କ ପ୍ରତି ହେଉଥିବା ଅନ୍ୟାୟର ପ୍ରତିବାଦ କରେନି। କରୋନା ସମୟରେ ଲୋକ ବରୋଜଗାର ହେଉଥିବା ବେଳେ ନବୀନ-ମୋଦି ଦର ଦାମ୍‌ ବୃଦ୍ଧି କରି ଲୋକଙ୍କୁ ଲୁଟୁଛନ୍ତି। ଛାତ୍ର କଂଗ୍ରେସ ଏହା ବିରୋଧରେ ଧାରାବାହିକ ଆନ୍ଦୋଳନ କରିବ ବୋଲି ସୁଶ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri