ରୁଚିକାଙ୍କୁ ନ୍ୟାୟ ଦାବିରେ ଛାତ୍ର କଂଗ୍ରେସ-ପୋଲିସ ଧସ୍ତାଧସ୍ତି

ଭୁବନେଶ୍ୱର,୫ା୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଏବେ ବିରୋଧୀ ଟାର୍ଗେଟ କରିବା ଆରମ୍ଭ କରି ଦେଇଛନ୍ତି। ଏପରିକି ରୁଚିକାଙ୍କ ପରିବାର ଲୋକ ମଧ୍ୟ ଦୋଷୀଙ୍କୁ ଧରିବା ଦାବିରେ କଲେଜ ବାହାରେ ଧାରଣାରେ ବସିଛନ୍ତି। ସୋମବାର ବିଧାନସଭା ଭିତରେ ବିରୋଧୀ ଏହି କଥା ଉଠାଇ ସରକାରଙ୍କୁ ଘେରିଥିବା ବେଳେ ଛାତ୍ର କଂଗ୍ରେସ ମଧ୍ୟ ଆନ୍ଦୋଳନକୁ ଜୋରଦାର କରିଛି।
ରୁଚିକାଙ୍କୁ ନ୍ୟାୟ ଏବଂ ଦୋଷୀଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ଛାତ୍ର କଂଗ୍ରେସ କର୍ମୀମାନେ ରାଜଭବନଠାରୁ ଏକ ବାଇକ ଶୋଭାଯାତ୍ରା କରିଥିଲେ। ଛାତ୍ର କଂଗ୍ରେସ କର୍ମୀମାନେ ଶୋଭାଯାତ୍ରାରେ ରାଜଭବନରୁ ବାହାରି ବିଧାନସଭା ଘେରାଉ କରିବାକୁ ଉଦ୍ୟମ କରୁଥିବା ବେଳେ ଲୋୟର ପିଏମ୍‌ଜି ନିକଟରେ ପୋଲିସ ରହିବା ସହ ସେହି ରାସ୍ତାକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରି ଦେଇଥିଲେ। ଛାତ୍ର କଂଗ୍ରେସ କର୍ମୀମାନେ ସେଠାରେ ପହଞ୍ଚିବା ପରେ ବାଉଁଶ ବାଡ ଡେଇଁ ବିଧାନସଭା ଆଡକୁ ପଶିବାକୁ ଚେଷ୍ଟା କରିଥିଲେ। ହେଲେ ଏହି ସମୟରେ ପୋଲିସ ଏବଂ ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଥିଲା। ଛାତ୍ର କଂଗ୍ରେସ କର୍ମୀମାନେ ଏହି ଅବସରରେ ରାଜ୍ୟ ସରକାରଙ୍କ ବିରୋଧରେ ସ୍ଲୋଗାନ ଦେବା ସହିତ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ଭୁଶୁଡି ପଡିଥିବା କହିଥିଲେ। ଫଳରେ ପାଖାପାଖି ଘଣ୍ଟାଏ ଧରି ସେହି ସ୍ଥାନରେ ପୋଲିସ-ଛାତ୍ର କଂଗ୍ରେସ କର୍ମୀଙ୍କ ଭିତରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ଛାତ୍ର ସଭାପତି ୟାସିର ନଓ୍ବାଜଙ୍କ ସମେତ ୧୨ ଜଣ ଆହତ ହୋଇଥିବା ଦଳ ତରଫରୁ କୁହାଯାଇଛି। ପୋଲିସ ୨୦ରୁ ଅଧିକ କର୍ମୀଙ୍କୁ ଅଟକ ରଖିଥିବା ବେଳେ ପରବର୍ତ୍ତୀ ସମୟରେ ଛାଡ଼ି ଦେଇଛି।
ଏହି ଅବସରରେ ୟାସିର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଏହି ଘଟଣାକୁ ଚପାଇ ଦେବା ଲାଗି ସରକାର ଚେଷ୍ଟା କରୁଛନ୍ତି। ତେଣୁ ପୋଲିସର ତଦନ୍ତ ଅତ୍ୟନ୍ତ ମନ୍ଥର ଗତିରେ ଚାଲିଛି। ଉଚ୍ଚଶିକ୍ଷା ସଚିବ ଏହି କଥାରେ ମୁହଁ ଖୋଲୁନାହାନ୍ତି। କଲେଜ ପ୍ରିନ୍ସିପାଲ, ହଷ୍ଟେଲ ସୁପରିଣ୍ଟେଣ୍ଡେଣ୍ଟ ଏବଂ ଓ୍ବାର୍ଡନ ମିଶିି କେତେଜଣ ଛାତ୍ରୀଙ୍କୁ ସେଠାରୁ ଖସାଇ ଦେଇଛନ୍ତି। ଏହି ଅଧିକାରୀମାନଙ୍କୁ ତଦନ୍ତ ପରିସରକୁ ଅଣାଯାଉ। ବିଭିନ୍ନ ସରକାରୀ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟରେ ରାଗିଂ ହେଉଥିବା ବେଳେ ଉଚ୍ଚଶିକ୍ଷା ସଚିବ ନୀରବ ରହିବା ଆଶ୍ଚର୍ଯ୍ୟ କରୁଛି। ସେପଟେ କରୋନା ଆଳରେ ଉଚ୍ଚଶିକ୍ଷା ମନ୍ତ୍ରୀ ଆତ୍ମଗୋପନ କରି ରହିଛନ୍ତି। ତୁରନ୍ତ ଦୋଷୀକୁ ଚିହ୍ନଟ କରି ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଉ। ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯାଉ। କଲେଜ ପ୍ରିନ୍ସିପାଲ, ହଷ୍ଟେଲ ସୁପରିଣ୍ଟେଣ୍ଡେଣ୍ଟ ଏବଂ ଓ୍ବାର୍ଡନଙ୍କୁ ତଦନ୍ତ ପରିସରକୁ ଅଣାଯାଉ, କାରଣ ସେମାନଙ୍କ ଜାଣତରେ ସେଠାରେ ରାଗିଂ ହେଉଥିବା ନଓ୍ବାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri