ଥଣ୍ଡା ପାନୀୟରେ ନିଶା ଦେଇ ବଳାତ୍କାର ଅଭିଯୋଗ: ଗିରଫ ହେଲେ ଛାତ୍ର କଂଗ୍ରେସ ସଭାପତି

ଭୁବନେଶ୍ୱର,୨୧ା୭: ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳାତ୍କାର କରିବା ଅଭିଯୋଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ରବିବାର ରାତିରେ ଗିରଫ କରିଛି। ଏନେଇ ଥାନାରେ ବିଏନ୍‌ଏସ୍‌ ଦଫା ୬୪(୧), ୧୨୩, ୨୯୬, ୭୪, ୩୫୧(୨) ଅନୁଯାୟୀ ଏକ ମାମଲା (ନଂ.୪୧୭/୨୦୨୫) ରୁଜୁ ହୋଇଛି। ଉଦିତଙ୍କୁ ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।
ଅଭିଯୋଗ ଅନୁଯାୟୀ, ପୀଡ଼ିତା ହେଉଛନ୍ତି ଚନ୍ଦକା ଥାନା ଅଞ୍ଚଳର। ସେ ଓ ତାଙ୍କର ଜଣେ ସାଙ୍ଗ ଅନ୍ୟ ଜଣେ ଯୁବକଙ୍କ ସହ ଗତ ମାର୍ଚ୍ଚ ୧୮ ସନ୍ଧ୍ୟାରେ ମାଷ୍ଟରକ୍ୟାଣ୍ଟିନକୁ ବୁଲି ଯାଇଥିଲେ। ଏହାପରେ ସେଠାରେ ଉଦିତ୍‌ ସେମାନଙ୍କ ଗାଡ଼ିରେ ଆସି ବସିଥିଲେ। ତାଙ୍କୁ ବୁଲେଇ ନେବାକୁ କହି ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ହୋଟେଲକୁ ନେଇଯାଇଥିଲେ। ସେଠାରେ ଉଦିତ ଓ ଅନ୍ୟମାନେ ମଦ୍ୟପାନ କରିଥିଲେ। ଉଦିତ ତାଙ୍କୁ ମୃଦୁ ପାନୀୟରେ ନିଶା ଦ୍ରବ୍ୟ ମିଶାଇ ପିଇବାକୁ ଦେବା ପରେ ତାଙ୍କ ମୁଣ୍ଡ ବୁଲେଇଥିଲା। ସେ ଘରକୁ ଯିବାକୁ ଚେଷ୍ଟା କରିବାରୁ ଉଦିତ ଓ ଅନ୍ୟମାନେ ତାଙ୍କୁ ଛାଡ଼ି ନ ଥିଲେ। ତାଙ୍କୁ ନିଶା ହୋଇଯିବା ପରେ ଉଦିତ ତାଙ୍କୁ ବଳାତ୍କାର କରିଥିଲେ। ପ୍ରାୟ ୩୦ମିନିଟ ପରେ ତାଙ୍କ ଆଖି ଖୋଲିବାରୁ ଏ ବିଷୟରେ ସେ ଜାଣିପାରିଥିଲେ। ଉଦିତ ତାଙ୍କୁ ଧମକ ଦେବାରୁ ସେ ଚୁପ ରହିଥିଲେ। ତେବେ ବର୍ତ୍ତମାନ ପରିସ୍ଥିତିରେ ନାରୀଙ୍କୁ ନ୍ୟାୟ ଦେବା ଅଭିଯାନ ଚାଲିଥିବା ବେଳେ ପୀଡ଼ିତା ସାହସ କରି ଏତଲା ଦେଇଛନ୍ତି ବୋଲି ଜଣାଇଛନ୍ତି। ରବିବାର ରାତି ୮ଟା ୩୦ରେ ଅଭିଯୋଗ ପାଇ ପୋଲିସ ମାମଲା ରୁଜୁ କରିବା ସହ ଉଦିତଙ୍କୁ ଉଠାଇ ଆଣିଥିଲା। ତେବେ ଘଟଣା ଦିନ ହୋଟେଲରେ ଉପସ୍ଥିତ ଥିବା ଅନ୍ୟମାନଙ୍କୁ ମଧ୍ୟ ମାମଲାର ତଦନ୍ତ ପରିସରଭୁକ୍ତ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri