ଛାତ୍ର କଂଗ୍ରେସର ପ୍ରତିବାଦ

ଭୁବନେଶ୍ବର, ୮ା୭(ସୁନିତ୍‌ ମିଶ୍ର): ଗୁଜରାଟ ହାଇକୋର୍ଟ ପକ୍ଷରୁ ଏଆଇସିସି(ଅଖିଳ ଭାରତ କଂଗ୍ରେସ କମିଟି)ର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଉପରେ ହୋଇଥିବା ଦଣ୍ଡାଦେଶରେ ରୋକ୍‌ ଲଗାଇବା ପାଇଁ ଆବେଦନ ଖାରଜ ହେବାପରେ ସାରା ଦେଶରେ କଂଗ୍ରେସ କର୍ମୀ, ସାଧାରଣ ଜନତା ଓ ବିଭିନ୍ନ ବର୍ଗର ଲୋକ ଏହାକୁ ନାପସନ୍ଦ କରିଛନ୍ତି। ଶୁକ୍ରବାର ଏହି ପରିପ୍ରେକ୍ଷୀରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କ ନେତୃତ୍ୱରେ କଂଗ୍ରେସ ଭବନରୁ ଏକ ରାଲି ବାହାରି ୟୁନିଟ୍‌-୩ ସ୍ଥିତ ଭାଜପା କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା। ସେଠାରେ ଛାତ୍ର କଂଗ୍ରେସ କର୍ମୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୁଶପୁତ୍ତଳିକା ଦାହକରିଥିଲେ। ଭାଜପା କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ପରିପ୍ରେକ୍ଷୀରେ ନୱାଜ କହିଛନ୍ତି, ରାହୁଲ ଗାନ୍ଧୀଙ୍କ କଣ୍ଠରୋଧ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଇଙ୍ଗିତରେ ଚକ୍ରାନ୍ତ ଚାଲିଛି। ଦେଶବାସୀ ଜାଣିଛନ୍ତି, ସାମ୍ବିଧାନିକ ଅନୁଷ୍ଠାନଗୁଡ଼ିକ ନରେନ୍ଦ୍ର ମୋଦିଙ୍କ ପକେଟ ଭିତରେ ରହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହାୟତାରେ ତାଙ୍କର ବନ୍ଧୁ ଶିଳ୍ପପତିମାନେ ବ୍ୟାଙ୍କରୁ ସାଧାରଣ ଜନତାଙ୍କର ଅର୍ଥ ଲୁଟ୍‌କୁ ରାହୁଲ ଗାନ୍ଧୀ ପର୍ଦ୍ଦାଫାଶ କଲେ। ମୋଦି ସରକାରଙ୍କ ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୋଧରେ ଲୋକସଭା ଭିତରେ ଓ ବାହାରେ ରାହୁଲ ଶାଣିତ ସ୍ବରରେ ପ୍ରତିବାଦ କଲେ। ବିରୋଧୀଙ୍କ କଣ୍ଠରୋଧ ପାଇଁ ଇଡି ଓ ସିବିଆଇର ଦୁରୁପଯୋଗକୁ ରାହୁଲ ପ୍ରତିବାଦ କଲେ। ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ଯାତ୍ରାକୁ ଦେଶରେ ଅଗଣିତ ଜନସାଧାରଣ ସମର୍ଥନ କଲେ। ଏଣୁ ରାହୁଲ ଗାନ୍ଧୀଙ୍କ ସ୍ବରକୁ ଚପାଇବା ପାଇଁ ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟ ପଦ ରଦ୍ଦ ଏବଂ ତାଙ୍କୁ ଜେଲଦଣ୍ଡ ଦେବାକୁ ମୋଦି ଚକ୍ରାନ୍ତ ଚଲାଇଛନ୍ତି। ସାରା ଦେଶ ରାହୁଲ ଗାନ୍ଧୀଙ୍କ ସହିତ ଅଛି। ମୋଦିଙ୍କ ଦିନକାଳ ସରିଆସିଲାଣି। ମୋଦି ସାଙ୍ଗିଆକୁ ନେଇ ରାହୁଲ ଗାନ୍ଧୀଙ୍କ ଉପରେ ଆକ୍ରମଣକୁ କଦର୍ଥ କରି ଯେଉଁ ଷଡ଼ଯନ୍ତ୍ର ହେଉଛି, ତାକୁ ଦେଶବାସୀ କ୍ଷମା ଦେବେ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri