ଗରମ ଡାଲି ପଡ଼ି ଗୁରୁତର ହୋଇଥିଲେ ଛାତ୍ର: ଚାଲିଗଲା ଜୀବନ

ଟେନ୍‌ସା,୧୩।୩(ଡି.ଏନ୍‌.ଏ.): ଗରମ ଡାଲି ପଡ଼ି ମୃତ୍ୟୁ ସହ ସଂଗ୍ରାମ କରୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଅକାଳରେ ଚାଲିଯାଇଛି ଜୀବନ। ଏପରିକି ଏକ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ ଅଧୀନ ଡେଙ୍ଗୁଳା ସେବାଶ୍ରମରେ। ମୃତକ ହେଲେ ଅଷ୍ଟମ ଶ୍ରେଣୀର ଛାତ୍ର ଜିଲେଟ ହୋନହାଗା(୧୪)। ଅନ୍ୟପକ୍ଷେ ପୁଅର ମୃତ୍ୟୁ ପାଇଁ ଦାୟୀ କିଏ ବୋଲି କାନ୍ଦି କାନ୍ଦି ଅଭିଯୋଗ କରିଛନ୍ତି ଛାତ୍ରଙ୍କ ମା’। ଘଟଣାର ଉଚ୍ଚସ୍ତରୀୟ ତଦନ୍ତକରି ନ୍ୟାୟ ପ୍ରଦାନ କରିବାକୁ ସେ ଦାବି କରିଛନ୍ତି।

ସୂଚନାଯୋଗ୍ୟ, ଗତ ୬ ତାରିଖରେ ଛାତ୍ର ଜିଲେଟଙ୍କ ଦେହରେ ଗରମ ଡାଲି ପଡ଼ିଯାଇଥିଲା । ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ କୋଇଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ୭ ତାରିଖରେ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ରବିବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଛାତ୍ର ଜିଲେଟଙ୍କ ମୃତ୍ୟୁ ଘଟିଥିଲା। ଛାତ୍ରଙ୍କ ମୃତ୍ୟୁ ଖବର ପାଇ ବିଭାଗୀୟ ଅଧିକାରୀମାନେ ଡେଙ୍ଗୁଳା ହାଇସ୍କୁଲରେ ପହଞ୍ଚିଛନ୍ତି। ହେଲେ ଛାତ୍ରଙ୍କ ମୃତ୍ୟୁ ପୂର୍ବରୁ ଚିକିତ୍ସା ପ୍ରତି ଅଧିକାରୀମାନେ କାହିଁକି ଦୃଷ୍ଟି ଦେଲେ ନାହିଁ ବୋଲି ଡେଙ୍ଗୁଳା ଗ୍ରାମର ଅଭିଭାକମାନେ ଅଭିଯୋଗ କରିଛନ୍ତି ।
ଏ ନେଇ ଜିଲା ମଙ୍ଗଳ ଅଧିକାରୀ ପବିତ୍ର ମୋହନ ପ୍ରଧାନଙ୍କୁ ପଚାରିବାରୁ ଘଟଣାର ତଦନ୍ତକରି ଆବଶ୍ୟକ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri