ଦୁର୍ଘଟଣାରେ ଚାଲିଗଲା ଛାତ୍ରଙ୍କ ଜୀବନ

ଫୁଲବାଣୀ ଅଫିସ/ବଲସକୁମ୍ପା(ଡି.ଏନ୍‌.ଏ.),୫ା୧୦: ଫୁଲବାଣୀରେ ମଙ୍ଗଳବାର ବାଇକ୍‌ ଦୁର୍ଘଟଣାରେ ଜଣେ ମେଧାବୀ ଛାତ୍ରଙ୍କର ଜୀବନ ଯାଇଛି । ସେ ହେଲେ ଡି.ଆଦର୍ଶ କୁମାର। ଏହି ଦୁର୍ଘଟଣାରେ ଅନ୍ୟ ଦୁଇ ଛାତ୍ରଙ୍କ ମଧ୍ୟରୁ ଜଣଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।
ସରକାରୀ ଆଇଆଇଟିଆଇରେ ସହ ତାଲିମ ଅଧିକାରୀ ଥିବା ଡି.ଗୋପାଳକୃଷ୍ଣ ରାଓଙ୍କ ପୁଅ ଆଦର୍ଶ ନବୋଦୟରେ ଏକାଦଶ ଶ୍ରେଣୀରେ ପଢ଼ୁଥିଲେ। ସବୁ ଦିନ ପରି ମଙ୍ଗଳବାର ସକାଳେ ସେ ଟ୍ୟୁଶନ ପାଇଁ ଘରୁ ବାହାରିଥିଲେ। କୌଣସି କାରଣରୁ ଟ୍ୟୁଶ୍‌ନ ଛୁଟି ହୋଇଥିଲା । ଦୁଇ ଜଣ ସାଙ୍ଗ ଅନ୍ୟ ଜଣେ ସାଙ୍ଗ ଠାରୁ ବାଇକ୍‌ ଆଣି ଆଦର୍ଶଙ୍କୁ ପଛରେ ବସାଇ ବୁଲିବାକୁ ଯାଇଥିଲେ । ଗୁଦାରୀ ପାଖରେ ଏକ ବୁଲାଣୀରେ ବାଇକ୍‌ ଭାରସାମ୍ୟ ହରାଇବାରୁ ନାଳ ପାର୍ଶ୍ୱକୁ ଖସି ପଡିଥିଲା। ସେଠାରେ ୩ ସାଙ୍ଗ ପଡି ଯାଇଥିଲେ । ସ୍ଥାନୀୟ ଲୋକେ ଏ ନେଇ ପୋଲିସକୁ ଖବର ଦେଇଥିଲେ। ସମସ୍ତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲେ ମଧ୍ୟ ସେଠାରେ ଆଦର୍ଶଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଗୁରୁତର ଅବସ୍ଥାରେ ଅନ୍ୟ ଜଣଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ଏ ନେଇ ନଂ. ୧୧୭/୨୧ରେ ମାମଲା ରୁଜୁ କରି ଖଜୁରୀପଡ଼ା ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri