ଗରମ ଡାଲି ପଡ଼ି ଗୁରୁତର ହୋଇଥିଲେ ଛାତ୍ର: ଚାଲିଗଲା ଜୀବନ

ଟେନ୍‌ସା,୧୩।୩(ଡି.ଏନ୍‌.ଏ.): ଗରମ ଡାଲି ପଡ଼ି ମୃତ୍ୟୁ ସହ ସଂଗ୍ରାମ କରୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଅକାଳରେ ଚାଲିଯାଇଛି ଜୀବନ। ଏପରିକି ଏକ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ ଅଧୀନ ଡେଙ୍ଗୁଳା ସେବାଶ୍ରମରେ। ମୃତକ ହେଲେ ଅଷ୍ଟମ ଶ୍ରେଣୀର ଛାତ୍ର ଜିଲେଟ ହୋନହାଗା(୧୪)। ଅନ୍ୟପକ୍ଷେ ପୁଅର ମୃତ୍ୟୁ ପାଇଁ ଦାୟୀ କିଏ ବୋଲି କାନ୍ଦି କାନ୍ଦି ଅଭିଯୋଗ କରିଛନ୍ତି ଛାତ୍ରଙ୍କ ମା’। ଘଟଣାର ଉଚ୍ଚସ୍ତରୀୟ ତଦନ୍ତକରି ନ୍ୟାୟ ପ୍ରଦାନ କରିବାକୁ ସେ ଦାବି କରିଛନ୍ତି।

ସୂଚନାଯୋଗ୍ୟ, ଗତ ୬ ତାରିଖରେ ଛାତ୍ର ଜିଲେଟଙ୍କ ଦେହରେ ଗରମ ଡାଲି ପଡ଼ିଯାଇଥିଲା । ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ କୋଇଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ୭ ତାରିଖରେ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ରବିବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଛାତ୍ର ଜିଲେଟଙ୍କ ମୃତ୍ୟୁ ଘଟିଥିଲା। ଛାତ୍ରଙ୍କ ମୃତ୍ୟୁ ଖବର ପାଇ ବିଭାଗୀୟ ଅଧିକାରୀମାନେ ଡେଙ୍ଗୁଳା ହାଇସ୍କୁଲରେ ପହଞ୍ଚିଛନ୍ତି। ହେଲେ ଛାତ୍ରଙ୍କ ମୃତ୍ୟୁ ପୂର୍ବରୁ ଚିକିତ୍ସା ପ୍ରତି ଅଧିକାରୀମାନେ କାହିଁକି ଦୃଷ୍ଟି ଦେଲେ ନାହିଁ ବୋଲି ଡେଙ୍ଗୁଳା ଗ୍ରାମର ଅଭିଭାକମାନେ ଅଭିଯୋଗ କରିଛନ୍ତି ।
ଏ ନେଇ ଜିଲା ମଙ୍ଗଳ ଅଧିକାରୀ ପବିତ୍ର ମୋହନ ପ୍ରଧାନଙ୍କୁ ପଚାରିବାରୁ ଘଟଣାର ତଦନ୍ତକରି ଆବଶ୍ୟକ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri