ଛାତ୍ର ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ

ବାଲିଗୁଡ଼ା,୨୭ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବାଟାଗୁଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା। ନ୍ୟାୟ ଦାବିରେ ସ୍କୁଲ ସମ୍ମୁଖ ୫୯ ନଂ ଜାତୀୟ ରାଜପଥ ଅବରୋଧ କରିଛନ୍ତି ଉତ୍ତ୍ୟକ୍ତ ଲୋକେ। ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦାୟିତ୍ୱହୀନତା ଯୋଗୁ ଏଭଳି ଘଟଣା ଘଟିଥିଲା। ଏଣୁ ମୃତ ଛାତ୍ରଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି ସହ ପ୍ରଧାନ ଶିକ୍ଷୟିତ୍ରୀ, ହଷ୍ଟେଲ ସୁପରିଟେଣ୍ଡେଣ୍ଟ ଓ ଦାୟିତ୍ୱହୀନ କର୍ମଚାରୀଙ୍କୁ ନିଲମ୍ବନ ଦାବି କରି ମୃତଦେହ ରଖି ରାସ୍ତା ଅବରୋଧ କରିଛନ୍ତି ଉତ୍ତ୍ୟକ୍ତ ଅଞ୍ଚଳବାସୀ।

ସୂଚନାନୁଯାୟୀ, ଶନିବାର ଅପରାହ୍ନରେ ବାଟାଗୁଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ସତ୍ୟାନନ୍ଦ ନାୟକ କୌଣସି କାରଣରୁ ତଳେ ପଡ଼ି ଯାଇ ଅଚେତ ହୋଇପଡ଼ିଥିଲେ। ଏହାପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ସତ୍ୟାନନ୍ଦଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ରବିବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା ବାଲିଗୁଡ଼ା ପୋଲିସ। ସେପଟେ ଏନେଇ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି ପୋଲିସ। ଥାନାଧିକାରୀ ବାବାଶଙ୍କର ସରାଫ, ତହସିଲଦାର ବିଜୟ କୁମାର ସେଠୀ, ଅତିରିକ୍ତ ଜିଲା ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଭୀଷଣ ଭୋଇ, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଦିବେର ମଲ୍ଲିକ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

ସବୁଜ ଭବିଷ୍ୟତ ଗଢ଼ିବା ପାଇଁ ଶପଥ ନେଲେ ଛାତ୍ରୀଛାତ୍ର, ଜଳବାୟୁ ପରିବର୍ତ୍ତନରେ…

ମହାକାଳପଡ଼ା,୩ା ୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହେବ ସଜୁବ ବନାନୀ। ଏଥିପାଇଁ ସ୍କୁଲ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri