କୀଟନାଶକ ପିଇ ଜୀବନ ହାରିଲେ ଛାତ୍ରୀ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମର ଜଣେ ଯୁକ୍ତ ୨ ଦିତୀୟବର୍ଷ ଛାତ୍ରୀ ଏସ.ଅନିତା ଦୋରା(୧୭) କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। ବୁଧବାର ଦିଗପହଣ୍ଡି ପୋଲିସ ବ୍ରହ୍ମପୁର ବଡ଼ ଡାକ୍ତରଖାନାରୁ ଛାତ୍ରୀଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ଅନିତା ଗାଁ ନିକଟସ୍ଥ ଏକ କଲେଜରେ ପାଠ ପଢୁଥିଲେ। ମଙ୍ଗଳବାର ସନ୍ଧ୍ୟାରେ କୌଣସି କାରଣରୁ ସେ ମାନସିକ ଭାରସାମ୍ୟ ହରାଇ କୀଟନାଶକ ଖାଇ ଦେଇଥିଲେ। ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ବିଳମ୍ବିତ ରାତିରେ ତାଙ୍କ ମୃତ୍ୟୁ ଘଟିଥିଲା। ତାଙ୍କ ଭଉଣୀ ଏସ.ବନିତା ଦୋରା ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ ଥାନା ଅପମୃତ୍ୟୁ ମାମଲା ନଂ.୪/୨୬ ଅନୁଯାୟୀ ଏଏସ୍‌ଆଇ ଦିଲ୍ଲୀପ ଗୋରଡ଼ା ମୃତଦେହ ଜବତ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ସେବା ପାଇଁ ଉଦାହାରଣ ସାଜିଛନ୍ତି ବିପଦର ବନ୍ଧୁ କର୍ମକର୍ତ୍ତା, ରକ୍ତ ଦେବା ସହ ଚିକିତ୍ସା କରି…

ଭଞ୍ଜନଗର,୨୧ା୩(ବାବୁଲା ପ୍ରଧାନ): ବିପଦର ବନ୍ଧୁ ଓଡ଼ିଶା ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ସର୍ବଦା ସେବା ପାଇଁ ଆଗକୁ ଆସନ୍ତି। ସେମାନଙ୍କ ସେବା ଆଗ୍ରହ ଅନେକଙ୍କ ପାଇଁ ବରଦାନ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri