ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ ଜଣେ ୧୭ ବର୍ଷୀୟ କୃତୀ ଛାତ୍ରଙ୍କର ଅକାଳ ବିୟୋଗ ଘଟିଛି। ମୃତ ଛାତ୍ର ଜଣକ ହେଉଛନ୍ତି ସ୍ଥାନୀୟ ଗ୍ରାମର କେ. ସହଦେବ ରେଡ୍ଡୀଙ୍କ ଏକମାତ୍ର ପୁତ୍ର କେ. କାହ୍ନା ରେଡ୍ଡୀ ଓରଫ ମୁନ୍ନା।

ସୂଚନା ଅନୁଯାୟୀ, କାହ୍ନା ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିଲେ ଏବଂ ଯୁକ୍ତ ଦୁଇ (+୨) ପ୍ରଥମ ବର୍ଷରେ ନାମ ଲେଖାଇବା ପାଇଁ ବିଭିନ୍ନ କଲେଜରେ ଆବେଦନ କରିଥିଲେ। ମଙ୍ଗଳବାର ଅପରାହ୍ନ ପ୍ରାୟ ୫ଟା ସମୟରେ ସେ ନିଜ ଘର ବାରିପଟେ କିଛି ସାଙ୍ଗମାନଙ୍କ ସହ କ୍ରିକେଟ ଖେଳୁଥିଲେ। ଏହି ସମୟରେ ହଠାତ ଆକାଶରେ କଳାହାଣ୍ଡିଆ ମେଘ ସହ ପ୍ରବଳ ବର୍ଷା ଓ ପବନ ଆରମ୍ଭ ହୋଇଥିଲା।

ବର୍ଷାରୁ ବର୍ତ୍ତିବା ପାଇଁ କାହ୍ନା ଦୌଡ଼ି ଦୌଡ଼ି ଘରକୁ ଫେରୁଥିବା ସମୟରେ ହଠାତ ବଜ୍ରପାତ ହୋଇଥିଲା। ବଜ୍ରାଘାତ ସଂସ୍ପର୍ଶରେ ଆସି ସେ ସେଠାରେ ହିଁ ଅଚେତ ହୋଇ ତଳେ ପଡ଼ିଯାଇଥିଲେ। ପରିବାର ଲୋକେ ଓ ସମ୍ପର୍କୀୟମାନେ ତୁରନ୍ତ ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ଖବର ପାଇ ବି. ତୁରୁବୁଡ଼ି ପଞ୍ଚାୟତ ସରପଞ୍ଚ ବି. ଲିଙ୍ଗରାଜ ଦୋରା ଏବଂ ପୂର୍ବତନ ସରପଞ୍ଚ କେ. ସଞ୍ଜୀବ କୁମାର ରେଡ୍ଡୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ଏହାସହ ମୃତକଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇଦେବା ପାଇଁ ସେମାନେ ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।

ଏହି ଦୁର୍ଘଟଣା ନେଇ ଦିଗପହଣ୍ଡି ଥାନାରେ ଏକ ଏତଲା ଦାୟର କରାଯାଇଛି। ଥାନା ଆଇଆଇସି କିଶୋର କୁମାର ସାମଲଙ୍କ ନିର୍ଦ୍ଦେଶକ୍ରମେ ଅପମୃତ୍ୟୁ ମାମଲା ନଂ. ୩୧/୨୬ ପଞ୍ଜୀକୃତ ହୋଇଛି। ପୋଲିସ ଟିମ୍ ହସ୍ପିଟାଲରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ (Post-mortem) ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛି। ପୋଲିସ ପକ୍ଷରୁ ଘଟଣାର ଅଧିକ ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

ମକର ରାଶିରେ ରାହୁଙ୍କ ପ୍ରବେଶ: ୨୦୨୮ ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ ପ୍ରଚୁର ଟଙ୍କା, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମକର ରାଶିକୁ କର୍ମ, ଅଧିକାର ଓ ସଂଘର୍ଷ ପରେ ସଫଳତାର ପ୍ରତୀକ ଭାବେ ଦେଖାଯାଏ। ଶନିଙ୍କ ଅଧିପତ୍ୟ ଥିବା ଏହି ରାଶିରେ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?