ସ୍କୁଲରେ ଖେଳୁଥିବାବେଳେ ଛାତ୍ରଙ୍କ ଉପରେ ଭାଙ୍ଗିପଡିଲା ଫଳକ, ଚାଲିଗଲା ଜୀବନ

ବାଲିଆପାଳ, ୯।୧(ଅମୁଲ୍ୟ ଦାସ ): ସ୍କୁଲରେ ଫଳକ ଭାଙ୍ଗି ପଞ୍ଚମ ଶ୍ରେଣୀ ଛାତ୍ରର ମୃତ୍ୟୁ ଘଟିଛି। ସ୍କୁଲ ପରିସରରେ ଖେଳୁଥିବାବେଳେ ଫଳକ ଭାଙ୍ଗି ପଡିଥିଲା। ବାଲେଶ୍ବର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ବଡାସ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଘଟିଛି ଅଭାବନୀୟ ଘଟଣା। ମୃତକ ହେଲେ ଜାମକୁଣ୍ତା ପଞ୍ଚାୟତ କେନ୍ଦୁଆଡିହା ଗ୍ରାମର ସନାତନ ଧଳଙ୍କ ପୂଅ ପ୍ରହ୍ଲାଦ ଧଳ। ସୂଚନା ଅନୁଯାୟୀ ୩ ବର୍ଷ ପୂର୍ବରୁ ଏହି ବିଦ୍ୟାଳୟରେ ଏକ ନୂତନ କୋଠା ଘର ନିର୍ମାଣ ପାଇଁ ସୂଚନା ଫଳକ ଲଗାଇଥିଲେ ଠିକାଦାର। ଗତକାଲି ମଧ୍ୟାହ୍ନଭୋଜନ ବିରତି ସମୟରେ ଛାତ୍ରୀଛାତ୍ରମାନେ ଏହି ଫଳକ ନିକଟରେ ଖେଳୁଥିବା ବେଳେ ଫଳକଟି ଭାଙ୍ଗି ପଡି ପ୍ରହ୍ଲାଦଙ୍କ ଉପରେ ପଡିଯାଇଥିଲା। ପ୍ରଧାନଶିକ୍ଷକ ପିଲାଟିକୁ ସଙ୍ଗେ ସଙ୍ଗେ ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଇଥିଲେ। ମାତ୍ର ସନ୍ଧ୍ୟାରେ ଅବସ୍ଥା ଗୁରୁତର ହେବାରୁ ପରିବାର ଲୋକେ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଯାହାକୁ ନେଇ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେତେ ସମ୍ପତ୍ତି ଛାଡି ଦେଇଗଲେ ଖାମେନେଇ, ଜାଣିଲେ ହୋଇଯିବେ ତାଜୁବ

ତେହେରାନ୍‌,୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ପରେ, ଇରାନୀ ଗଣମାଧ୍ୟମ ଇରାନର ସର୍ୱୋଚ୍ଚ ନେତା ଆୟତୁଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁର…

ଘରେ ପଶିଲେ କିଛି କହିବା ପୂର୍ବରୁ ଖଣ୍ଡାରେ ହାଣି ଲୁଟିନେଲେ  

ପରଜଙ୍ଗ,୧।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ଗାଁରେ ସଶସ୍ତ୍ର ଡକାୟତ ହୋଇଛି। ବିଳମ୍ବିତ ରାତିରେ ଘରେ ପଶିଲେ କିଛି କହିବା ପୂର୍ବରୁ ଠେଙ୍ଗାରେ ପିଟି…

ରସୁଲଗଡ଼ରେ ଚାଞ୍ଚଲ୍ୟ: ୟୁଟ୍ୟୁବ ବ୍ଲଗରଙ୍କୁ ଜିଜିପି କଲୋନୀରେ ହତ୍ୟା 

ଭୁବନେଶ୍ୱର,୧।୩: ରାଜଧାନୀରେ ପୁଣି ଗଡିଲା ମୁଣ୍ଡ। ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ରାହୁଲ ମହାରଣା। ସେ…

ଧର୍ମାନ୍ତରୀକରଣ ଓ ଲଭ୍ ଜିହାଦ

ଆକାର ପଟେଲ ଆମ ଗଣମାଧ୍ଯମ ଏବଂ ହ୍ଵାଟ୍ସଆପ୍ ଗ୍ରୁପଗୁଡ଼ିକରେ ଆମେ ଯେଉଁ ସବୁ ବିଷୟରେ ଆଲୋଚନା ବା ପ୍ରଚାର କରୁଛୁ, ତାହା ମଧ୍ୟରୁ ଗୋଟିଏ। ହେଉ ହେଉଛି…

ମାର୍ଚ୍ଚରୁ ମେ’ ପ୍ରବଳ ଗରମ

ଭୁବନେଶ୍ୱର,୧।୩(ବନ୍ଦନା ସେଠୀ): ମାର୍ଚ୍ଚ ଆରମ୍ଭ ନ ହେଉଣୁ ରାଜ୍ୟରେ ତାପମାତ୍ରା ୩୬ ଡିଗ୍ରୀ ଟପିଛି। ଆଗକୁ ପ୍ରବଳ ଖରାତାତି ଓ ଗରମରେ ଶିଝିବ ସାରା ଓଡ଼ିଶା। ବିଶେଷକରି…

ରାଜ୍ୟ ସଭା: କମନ୍‌ ପ୍ରାର୍ଥୀ ଦ୍ୱନ୍ଦ୍ୱ

ଭୁବନେଶ୍ୱର, ୧।୩(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ହେବାକୁ ଥିବା ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ଚଳଚଞ୍ଚଳ ହୋଇଉଠିଛି। ବିଜେଡି ପକ୍ଷରୁ ଶନିବାର ରାଜ୍ୟ…

ହତ୍ୟା ଦାବି ମଧ୍ୟରେ ଖାମନେଇଙ୍କ ପୋଷ୍ଟ, ଖଣ୍ଡା ନେଇ…

ତେହରାନ,୧।୩: ଆୟାତୋଲ୍ଲା ଅଲି ଖାମନେଇଙ୍କ ହତ୍ୟା ଦାବି ମଧ୍ୟରେ, ଇରାନର ସର୍ୱୋଚ୍ଚ ନେତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରୁ ଏକ ପୋଷ୍ଟ କରାଯାଇଛି। ପୋଷ୍ଟରେ ପୟଗମ୍ୱର ଅଲିଙ୍କୁ ଉଦ୍ଧୃତ…

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri