ନଡ଼ିଆ ଗଛରୁ ପଡ଼ି ଚାଳିଗଲା ଛାତ୍ରଙ୍କ ଜୀବନ: ବିଭାଗୀୟ ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ତଳଗୋଲୁର ପଞ୍ଚାୟତ ସଦର ମହକୁମାରରେ ଅବସ୍ଥିତ ୟୁଜିଏଚ୍‌ଏସ୍‌ ବିଦ୍ୟାଳୟର ଜଣେ ଛାତ୍ର ନଡ଼ିଆ ଗଛରୁ ଖସିପଡି ମୃତ୍ୟୁ ଘଟିଛି।

ମିଳିଥିବା ସୂଚନା ମୁତାବକ, ବିଦ୍ୟାଳୟର ହଷ୍ଟେଲରେ ରହି ସିଙ୍ଗାରଗୁଡି ଗ୍ରାମର ପେଟେଲି ସୁବାରାଓଙ୍କ ପୁଅ ପେଟେଲି କିରଣ ଷଷ୍ଠ ଶ୍ରେଣୀରେ ପଢୁଥିଲେ। ଶନିବାର ସକାଳେ ସାଙ୍ଗମାନଙ୍କ ସହ ମିଶି ବିଦ୍ୟାଳୟଠାରୁ
କିଛି ଦୂରରେ ଥିବା ଏକ ନଡ଼ିଆ ଗଛରେ ଚଢି ଡାଳ କାଟୁଥିବା ବେଳେ କିରଣ ତଳେ ପଡି ଗୁରୁତର ହୋଇଥିଲେ।

ଏନେଇ ସାଙ୍ଗମାନେ ବିଦ୍ୟାଳୟରେ ପହଞ୍ଚି ଶିକ୍ଷକମାନଙ୍କୁ ଜଣାଇଥିଲେ। ପରେ ତାଙ୍କୁ ସୁଙ୍କି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ପଟ୍ଟାଙ୍ଗି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା। ପରେ କୋରାପୁଟ ମେଡ଼ିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ସନ୍ଧ୍ୟାରେ କିରଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଗାଁରେ ଶୋକର ଛାୟା ଖେଳି ଯାଇଛି।

ଖବର ପାଇ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଅନୀଲ ସେଠି ବିଦ୍ୟାଳୟରେ ପହଞ୍ଚି ମୃତ କିରଣଙ୍କ ସହ ନଡିଆ ଗଛ ନିକଟକୁ ଯାଇଥିବା ଛାତ୍ରମାନଙ୍କୁ ଭିଟି ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ। ଛାତ୍ରମାନେ ବିଦ୍ୟାଳୟରେ ସରସ୍ବତୀ ପୂଜାରେ ସଜାଇବା ପାଇଁ ନଡ଼ିଆ ଗଛ ଡାଳ ଆଣିବାକୁ ଯାଇଥିବା ପ୍ରକାଶ କରିଥିଲେ। ଯାହାକି ବିଭାଗ ପାଇଁ ଚିନ୍ତା ବଢାଇ ଦେଇଛି । ରବିବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri