ନଡ଼ିଆ ଗଛରୁ ପଡି ଛାତ୍ର ମୃତ୍ୟୁ ମାମଲା: ସ୍କୁଲ ଆଗରେ ମୃତଦେହ ରଖି ପ୍ରତିବାଦ କଲେ ପରିବାର

ପଟ୍ଟାଙ୍ଗି,୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ତଳଗୋଲୁର ପଞ୍ଚାୟତ ସଦର ମହକୁମାରେ ଥିବା ୟୁଜିଏଚ୍‌ଏସ୍‌ ବିଦ୍ୟାଳୟର ଛାତ୍ର ପେଟେଲି କିରଣ ନଡ଼ିଆ ଗଛରୁ ପଡ଼ି ମତ୍ୟୁ ଘଟଣାରେ ପରିବାର ଲୋକେ ରବିବାର ସ୍କୁଲ ସମ୍ମୁଖରେ ମୃତଦେହ ରଖି ପ୍ରତିବାଦ କରିବା ସହ କ୍ଷତିପୂରଣ ଦାବି କରିଛନ୍ତି।

କିରଣଙ୍କ ମୃତ୍ୟୁକୁ ନେଇ ପରିବାର ଓ ସମ୍ପର୍କୀୟଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ମୃତଦେହ କୋରାପୁଟ ଜିଲା ସଦର ମହକୁମାସ୍ଥିତ ମେଡ଼ିକାଲ କଲେଜରୁ ବ୍ୟବଚ୍ଛେଦ ପରେ ସିଙ୍ଗାରଗୁଡିରେ ପହଞ୍ଚିବା ପରେ ପରିବାର ଲୋକେ ବିକ୍ଷୋଭ କରିଛନ୍ତି। ଅନ୍ୟପକ୍ଷେ ଘଟଣାରେ ଭୟଭିତ ଥିବା ଶିକ୍ଷକମାନେ ବିଦ୍ୟାଳୟକୁ ଆସି ନ ଥିବା ଜଣାପଡ଼ିଛି। ଏ ନେଇ ତହସିଲ କାର୍ଯ୍ୟାଳୟ ପକ୍ଷରୁ ରେଡକ୍ରସ୍‌ ପାଣ୍ଠିରୁ ମୃତକଙ୍କ ପରିବାର ଲୋକଙ୍କୁ ୧୦ ହଜାର ଟଙ୍କା ଏବଂ ବିଦ୍ୟାଳୟ ପକ୍ଷରୁ ୨୦ ହଜାର ଟଙ୍କା ସହାୟତା ଯୋଗାଇ ଦେବାକୁ ନିଷ୍ପତ୍ତି ହୋଇଥିଲେ ସୁଦ୍ଧା ପରିବାର ଲୋକେ ଏହାକୁ ଗ୍ରହଣ କରି ନ ଥିଲେ।

ଶିକ୍ଷକମାନେ ଘଟଣାସ୍ଥଳରେ ନ ପହଞ୍ଚିବା ପର୍ଯ୍ୟନ୍ତ ମୁଖ୍ୟ ଫାଟକ ସମ୍ମୁଖରୁ ମୃତଦେହ ଉଠାଇବୁ ନାହିଁ ବୋଲି ପରିବାର ଲୋକେ ଜିଦ୍‌ ଧରି ବସିଛନ୍ତି। ଅନ୍ୟପକ୍ଷେ ଖବର ଲେଖା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିଛନ୍ତି। ବିଦ୍ୟାଳୟର ଶିକ୍ଷକ ଏବଂ ହଷ୍ଟେଲ ଓ୍ବାଡେନ୍‌ମାନଙ୍କ ଅବହେଳାରୁ ଏହି ଘଟଣା ଘଟିଥିବା ପରିବାର ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri