ଗଛରୁ ପଡ଼ି ଚାଲିଗଲା ନବମ ଶ୍ରେଣୀ ଛାତ୍ରଙ୍କ ଜୀବନ

ଦେଓଗାଁ,୨୫।୭(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଗାଇବାହାଲ ଗ୍ରାମରେ ଏକ ଅଘଟଣ ଘଟିଛି। ଗଛରୁ ପଡି ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ସ୍କୁଲ ପରିସରରେ କିଛି ପିଲା ଖେଳୁଥିବା ବେଳେ ଶ୍ରୀତମ ସେଠ(୧୪) ନାମକ ଜଣେ ଛାତ୍ର ଏକ କଦମ୍ବ ଗଛକୁ ଚଢ଼ିଥିଲେ। ସେତିକିବେଳେ ଗଛର ଏକ ଡାଳ ଭାଙ୍ଗି ଯିବାରୁ ଶ୍ରୀତମ ତଳେ ଗୁରୁତର ଆହତ ହୋଇଥିଲେ।

ସ୍ଥାନୀୟ ଲୋକଙ୍କ ସହ ପରିବାର ଲୋକେ ଶ୍ରୀତମଙ୍କୁ ଉଦ୍ଧାର କରି ପ୍ରଥମେ ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ନେଇଥିଲେ ା ସେଠାରେ ଡାକ୍ତର ତାଙ୍କୁ ବୁର୍ଲା ଡାକ୍ତରଖାନାକୁ ନେବାକୁ ପରାମର୍ଶ ଦେଇଥିଲେ। ପରିବାର ଲୋକେ ତାଙ୍କୁ ବୁର୍ଲା ନେଇଥିଲେ। ସେଠାରେ ଡାକ୍ତର ଶ୍ରୀତମଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା। ଏନେଇ ବୁର୍ଲା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ଛାତ୍ର ଜଣକ ଗାଇବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନବମ ଶ୍ରେଣୀରେ ପଢୁଥିଲେ। ମୃତଦେହ ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା। ଗାଁ ଶ୍ମଶାନରେ ଛାତ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri