ସୂଚନାଫଳକ ପଡ଼ି ଛାତ୍ର ମୃତ

ଭଦ୍ରକ(ସନାତନ ରାଉତ)/ ଧାମନଗର(ଦେବେନ୍ଦ୍ର ଆନ୍ଦିଆ/ସନ୍ତୋଷ କୁମାର ମହାପାତ୍ର), ୫ା୧୦ଭଦ୍ରକ ଜିଲା ଧାମନଗର ବ୍ଲକ ଗଢ଼ିଆଳି ପଞ୍ଚାୟତ ଅଧୀନ ଉଚ୍ଚପଦା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ କାନ୍ଥକୁ ଲାଗି ରହିଥିବା ଏକ ଫଟା ସୂଚନା ଫଳକ ଭାଙ୍ଗିପଡ଼ିବାରୁ ଜଣେ ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ର ଜଣକ ହେଲେ ଉଚ୍ଚପଦା ଗ୍ରାମର ସୌଭାଗ୍ୟ ନାୟକଙ୍କ ପୁଅ ଅସିତ(୬)। ଏନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବି କରିବା ସହ ଶିକ୍ଷୟିତ୍ରୀଶିକ୍ଷକଙ୍କ ଅବହେଳାକୁ ଦାୟୀ କରି ଉଚ୍ଚପଦା ଛକଠାରେ ସନ୍ଧ୍ୟାରେ ଭଦ୍ରକ-ଆଖଣ୍ଡଳମଣି ରାଜ୍ୟ ରାଜପଥ ଅବରୋଧ କରିଥିଲେ।
ସୂଚନା ଅନୁଯାୟୀ, ବୁଧବାର ମଧ୍ୟାହ୍ନ ସାଢେ ୧୨ଟା ବେଳେ ଅସିତ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଅଜାଣତରେ ବାହାରକୁ ଚାଲି ଆସିଥିଲେ। ଅସିତଙ୍କ ବୁଢୀ ମା’ ସେହି ନିକଟରେ ଥିବା ଏମ୍‌ଇ ସ୍କୁଲର ରୋଷେୟା ଭାବେ କାମ କରୁଥିବାରୁ ଅସିତ ସେଠାକୁ ଆସିଥିବା ଅନୁମାନ କରାଯାଉଛି। କାନ୍ଥକୁ ଡେରି ହୋଇ ରହିଥିବା ଫଳକ ଭାଙ୍ଗିପଡ଼ିବାରୁ ଅସିତ ତାହା ତଳେ ଚାପି ହୋଇଯାଇଥିଲେ। ନିକଟରେ ରୋଷେଇ କରୁଥିବା ଜେଜେମା ଜୟନ୍ତୀ ଆସି ନାତିକୁ ବାହାର କରିଥିଲେ। ମୁମୂର୍ଷୁ ଅବସ୍ଥାରେ ପ୍ରଥମେ ଅସୁରାଳି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ଅସିତଙ୍କୁ ମୃତ ଘୋଷଣା କରିଥିଲେ। ଏହି ଦୁର୍ଘଟଣା ପାଇଁ ଲୋକେ ରାସ୍ତାରୋକୋ କରିଥିଲେ। ପୋଲିସ ପହଞ୍ଚତ୍ ପ୍ରଧାନ ଶିକ୍ଷୟିତ୍ରୀ ଊର୍ମିଳା ନାୟକ ଏବଂ ସହକାରୀ ଶିକ୍ଷକ ଦେବେନ୍ଦ୍ର ପଣ୍ଡାଙ୍କୁ ଉତ୍ତ୍ୟକ୍ତ ଲୋକଙ୍କଠାରୁ ଉଦ୍ଧାର କରି ଟାଉନ ଥାନାକୁ ଆଣିଥିଲେ। ଧୂଷୁରୀ ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାରକୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri