ମେଡିକାଲ କଲେଜ ବିଲ୍ଡିଂରୁ ଡେଇଁ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ

ବାଲେଶ୍ୱର ଅଫିସ,୩୧ା୩: ବାଲେଶ୍ୱର ଜିଲା ରେମୁଣାସ୍ଥିତ ଫକୀରମୋହନ ମେଡିକାଲ କଲେଜ ବିଲ୍ଡିଂରୁ ଡେଇଁ ଜଣେ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ବେଳେ ମୃତ ଛାତ୍ର ଜଣକ ମେଡିକାଲ କଲେଜର ତୃତୀୟ ବର୍ଷର ଏମ୍‌ବିବିଏସ୍‌ ଛାତ୍ର ହିତେଷ୍ଣୁ ଦାସ(୨୨) ବୋଲି ଜଣାପଡ଼ିଛି। ଖବରପାଇ ଘଟଣାସ୍ଥଳରେ ଶିଳ୍ପାଞ୍ଚଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।

ସୂଚନାଯୋଗ୍ୟ, ହିତେଷ୍ଣୁ ଫକୀରମୋହନ ମେଡିକାଲ କଲେଜର ପୁରୁଷ ଛାତ୍ରାବାସର ୩ ନମ୍ବରରେ ରୁମ୍‌ରେ ରହୁଥିଲେ। ଗତକାଲି ରାତିରେ ସେ ଅନ୍ୟ ସାଙ୍ଗମାନଙ୍କ ସହ ଖାଇପିଇ ଶୋଇଥିଲେ। ତେବେ ରାତି ସାଢ଼େ ୩ଟା ବେଳେ ସେହି କ୍ୟାମ୍ପସ୍‌ର ୩ଜଣ ଛାତ୍ର ବାଲେଶ୍ୱର ଷ୍ଟେଶନକୁ ଆସୁଥିବା ବେଳେ ହିତେଷ୍ଣୁଙ୍କ ମୃତଦେହ ୫ ମହଲାବିଶିଷ୍ଟ ଏକାଡେମିକ୍‌ ବିଲ୍ଡିଂ ତଳେ ମୃତ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏହାପରେ ସେମାନେ କଲେଜ କର୍ତ୍ତୃପକ୍ଷ ଏବଂ ଶିଳ୍ପାଞ୍ଚଳ ଥାନା ପୋଲିସକୁ ଖବର ଦେଇଥିଲେ। ଘଟଣା ପଛରେ ପ୍ରକୃତ ରହସ୍ୟ କ’ଣ ରହିଛି, ସେ କୌଣସି କାରଣକୁ ନେଇ ବିଲ୍ଡିଂରୁ ଡେଇଁ ଆତ୍ମହତ୍ୟା କରିଛନ୍ତି ନା ହତ୍ୟାର ଶିକାର ହୋଇଛନ୍ତି ସେନେଇ ନାନା ପ୍ରଶ୍ନ ଉଠୁଛି। ଏତେ ରାତିରେ ୫ମହଲା ବିଶିଷ୍ଟ ଏକାଡେମିକ୍‌ ବିଲ୍ଡିଂ ଉପରକୁ ସେ କାହିଁକି ଯାଇଥିଲେ, ସେଠାକୁ ଯଦି ଆତ୍ମହତ୍ୟା କରିବାକୁ ଯାଇଥିଲେ ତେବେ ନିଜେ ରହୁଥିବା ୫ମହଲା ବିଶିଷ୍ଟ ଛାତ୍ରାବାସ ବିଲ୍ଡିଂରୁ ନ ଡେଇଁ ଏକାଡେମିକ୍‌ ବିଲ୍ଡିଂକୁ କାହିଁକି ଗଲେ। ଏସବୁ ପ୍ରଶ୍ନ ଉପରେ ପୋଲିସ ଖୋଳତାଡ଼ ଆରମ୍ଭ କରିଥିବା ଶିଳ୍ପାଞ୍ଚଳ ଥାନା ଆଇଆଇସି ସଲଖାନ ମୁର୍ମୁ କହିଛନ୍ତି। ଏନେଇ ଶିଳ୍ପାଞ୍ଚଳ ଥାନା ୯/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ଜଣାଯାଇଛି। ହିତେଷ୍ଣୁଙ୍କ ଘର ବାଲେଶ୍ୱର ଜିଲା ସଦର ଥାନା ଅଧୀନ ରସାଲପୁର ପଞ୍ଚାୟତ ଭୀମପୁରା ଗ୍ରାମରେ। ତାଙ୍କ ବାପା ଚନ୍ଦ୍ରକାନ୍ତ ଦାସ ବାଲେଶ୍ୱର ଜିଲା ପୋଲିସ ମୁଖ୍ୟାଳୟ(ଡିପିଓ)ରେ ମୁଖ୍ୟ କିରାଣି ଭାବେ ଚାକିରି କରିଥିଲେ। ନିକଟରେ ସେ ଅବସର ନେଇଛନ୍ତି। ବାଲେଶ୍ୱର ସହର ଓଟିରୋଡ୍‌ସ୍ଥିତ ପୋଲିସ କଲୋନୀର ଇ/୨୫ କ୍ୱାର୍ଟରରେ ତାଙ୍କ ପରିବାର ସହିତ ରହୁଥିବାର ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?