ପିନ୍‌କଣ୍ଟା ଗିଳି ଛାତ୍ରଙ୍କ ଜୀବନ ଗଲା, ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରି ବାପା କହିଲେ…

ଦାରିଙ୍ଗବାଡ଼ି,୩୦ା୧୦(ଅରୁଣ ସାହୁ): କନ୍ଧମାଳ ଜିଲାରେ ବହୁ ଚର୍ଚ୍ଚିତ ପିନ ଗିଳି ସପ୍ତମଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ପରିବାର ପକ୍ଷରୁ ଦାରିଙ୍ଗବାଡ଼ି ଥାନାରେ ଗୁରୁବାର ଅପରାହ୍ନରେ ଲିଖିତ ଅଭିଯୋଗ ହୋଇଛି। ତାଙ୍କ ପୁଅ ମୃତ୍ୟୁ ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଶିକ୍ଷୟିତ୍ରୀ/ଶିକ୍ଷକ ଓ କର୍ତ୍ତୃପକ୍ଷ ଦାୟୀ ବୋଲି ଅଭିଯୋଗ କରାଯାଇଛି। ତାଙ୍କ ପୁଅକୁ ବିଦ୍ୟାଳୟ କର୍ତ୍ତୃପକ୍ଷ ଅବହେଳା କରି ନ ଥିଲେ ହୁଏତ ତାଙ୍କ ପୁଅ ଆଜି ଜୀବିତ ଥାଆନ୍ତା ବୋଲି ଅଭିଯୋଗରେ ଦର୍ଶାଯାଇଛି।

ପ୍ରକାଶ ଯେ, ଦାରିଙ୍ଗବାଡ଼ି ବିଦ୍ୟୁତ କାର୍ଯ୍ୟାଳୟ ସାହିରେ ରହୁଥିବା କାଳୀ ପ୍ରସାଦ ମିଶ୍ରଙ୍କ ୧୨ ବର୍ଷର ପୁଅ ତାଙ୍କ ମାମୁଘର ଫୁଲବାଣୀ କଣ୍ଟ୍ରାକ୍ଟରପଡ଼ାରେ ରହି ପାଠ ପଢୁଥିଲେ ଗତ ୧୫ରେ ବିଦ୍ୟାଳୟରେ ଲାଗିଥିବା ନୋଟିସ୍‌ ବୋର୍ଡର ପିନ୍‌ କିଭଳି ଅସାବଧାନତା ବଶତଃ ଗିଳି ଦେଇଥିଲେ। ଏନେଇ ତୁଷାର ଏବଂ ତାଙ୍କ ସାଙ୍ଗସାଥୀ ବିଦ୍ୟାଳୟର ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ ଜଣାଇଥିଲେ। ତେବେ ତାଙ୍କ କଥାକୁ କେହି ବିଶ୍ୱାସ ନ କରି ଓଲଟି ପାଣି ପିଇଦେ ମଧ୍ୟାହ୍ନ ଭୋଜନ ଖାଇଲା ପରେ ପାଣି ପିଇଦେ ବୋଲି କହି ଗୁରୁତ୍ୱ ଦେଇ ନ ଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ପରେ ବିଦ୍ୟାଳୟ ଛୁଟି ପରେ ତୁଷାର ଘରକୁ ଫେରି ଅଜା ଓ ମାମୁମାଇଁଙ୍କୁ ସମସ୍ତ ଘଟଣା ଜଣାଇଥିଲେ। ମାମୁ ତାଙ୍କୁ ତୁରନ୍ତ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ସେଠାରେ ଉକ୍ତ ପିନ୍‌କୁ ଅପରେଶନ କରି ବାହାର କରିବା ସମ୍ଭବ ନ ଥିବାରୁ ଡାକ୍ତର ଅନ୍ୟତ୍ର ନେବାକୁ ପରାମର୍ଶ ଦେଇଥିଲେ। ପରିବାର ଲୋକ ସେଠାରୁ ବ୍ରହ୍ମପୁର ପରେ ଭୁବନେଶରର କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକ ଶିଶୁଭବନ ନେଇଥିଲେ ସେଠାରେ ଅପରେଶନ କରି ପିନ୍‌ଟିକୁ ବାହାର କରାଯାଇଥିଲେ ମଧ୍ୟ ସେ ଗୁରୁତର ଅବସ୍ଥାରେ ରହିଥିଲେ ଏବଂ ୨୬ରେ ତାଙ୍କର ମୃତ୍ୟୁ ଘଟିଥିଲା। ପରିବାର ଲୋକେ ତାଙ୍କ ଶେଷ କୃତ୍ୟ ଓ ମେଡିକାଲ ରିପୋର୍ଟ ଓ ଅନ୍ୟାନ୍ୟ କାଗଜପତ୍ର ନେଇ ଗୁରୁବାର ଦାରିଙ୍ଗବାଡ଼ି ଘରକୁ ଫେରିବା ପରେ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଦାରିଙ୍ଗବାଡ଼ି ଥାନା ଅଧିକାରୀ ତଥା ଡିଏସ୍‌ପି କନକ ମାଝୀ ଅଭିଯୋଗପତ୍ର ଗ୍ରହଣ କରିଥିଲେ। ସେ ଉକ୍ତ ଅଭିଯୋଗପତ୍ରକୁ ଫୁଲବାଣୀ ଥାନାକୁ ହସ୍ତାନ୍ତର କରିବେ ଘଟଣାଟି ଫୁଲବାଣୀରୁ ହୋଇଥିବାରୁ ସେଠାକାର ପୋଲିସ ଘଟଣାର ତଦନ୍ତଭାର ନେଇପାରେ ବୋଲି ପୋଲିସ ପକ୍ଷରୁ ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥରୁଛି ସାରା ରାଜ୍ୟ, କନ୍ଧମାଳରେ ସର୍ବନିମ୍ନ ତାପମାତ୍ରା ରହିଛି…

ଭୁବନେଶ୍ୱର,୧୨ା୧୨: ଶୀତରେ ଥରୁଛି ସାରା ରାଜ୍ୟ। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। କନ୍ଧମାଳ ଜିଲା ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୧ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ କୋରାପୁଟର...

ଲଜ୍ଜାଜନକ ରେକର୍ଡ କଲେ ଅର୍ଶଦୀପ ସିଂ: କୌଣସି ବୋଲର୍‌…

ଚଣ୍ଡିଗଡ଼,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବିନ୍ଦ୍ର...

ଗୌତମ ଗମ୍ଭୀରଙ୍କ ନିଷ୍ପତ୍ତି ଭାରତକୁ ଦ୍ୱିତୀୟ ଟି-୨୦ ମ୍ୟାଚ ପାଇଁ କ୍ଷତି ପହଞ୍ଚାଇଲା? ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୨।୧୨: ଡିସେମ୍ବର ୧୧ ତାରିଖ ରାତିରେ ମୁଲାନପୁରର ମହାରାଜା ଯାଦବିନ୍ଦ୍ର ଆନ୍ତର୍ଜାତୀୟ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯାଇଥିଲା।...

ଆକାଶରୁ ସିଧା କାର ଉପରେ ଖସିଲା ବିମାନ, ଭାଇରାଲ ହେଲା ଭୟଙ୍କ ଭିଡ଼ିଓ

ଫ୍ଲୋରିଡା,୧୨।୧୨: ଏକ ବିମାନ ଆକାଶରୁ ଖସି ସିଧା ଏକ ଚଳନ୍ତା କାର ଉପରେ ପଡ଼ିଲା। ଆମେରିକାର ଫ୍ଲୋରିଡାରେ ଏକ ଭୟଙ୍କର ଘଟଣା ଘଟିଛି। ବିମାନଟି କାର...

Rajinikanth 75th Birthday: ୭୫ ବର୍ଷରେ ବି ରଜନୀକାନ୍ତଙ୍କ କ୍ରେଜ ଜାରି, ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୨।୧୨:ଆଜି ସୁପରଷ୍ଟାର ରଜନୀକାନ୍ତଙ୍କର ଜନ୍ମଦିନ । ସାଉଥ ସୁପରଷ୍ଟାର ରଜନୀକାନ୍ତ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇଆସୁଛନ୍ତି । ସାରା ବିଶ୍ବରେ...

ହେବ ତୃତୀୟ ବିଶ୍ୱଯୁଦ୍ଧ! ଚେତାବନୀ ଦେଲେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୨।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଶାନ୍ତି ଆଲୋଚନାରେ ପ୍ରାୟ ବିରକ୍ତ ହୋଇପଡିଲେଣି। ଅନେକ ପର୍ଯ୍ୟାୟ ବୈଠକ ଅନୁଷ୍ଠିତ...

ପ୍ରଥମ ଥର ପାଇଁ ଚାଞ୍ଚଲ୍ୟକର ମର୍ଡର କଲା ChatGPT! ଘଟଣା ଜାଣିଲେ…

ନୂଆଦିଲ୍ଲୀ,୧୨।୧୨:  ବର୍ତ୍ତମାନ ସମୟରେ ଯୁବପିଢିଙ୍କ ମଧ୍ୟରେ ଚାଟଜିପିଟିର ଲୋକପ୍ରିୟତା ବଢ଼ିବାରେ ଲାଗିଛି । ହେଲେ ଏହାରି ଭିତରେ ଚାଟଜିପିଟିକୁ ନେଇ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି...

ଭାରତ ନିଜସ୍ୱ ବାୟୁ ମାନଦଣ୍ଡ ସ୍ଥିର କରିବ: ବିଶ୍ୱ ପ୍ରଦୂଷଣ ରାଙ୍କିଙ୍ଗକୁ ଗ୍ରହଣ କଲେନି ସରକାର

ନୂଆଦିଲ୍ଲୀ,୧୨।୧୨: ବିଭିନ୍ନ ସଂସ୍ଥା ଦ୍ୱାରା ପ୍ରକାଶିତ ବିଶ୍ୱ ବାୟୁ ଗୁଣବତ୍ତା ରାଙ୍କିଙ୍ଗଗୁଡ଼ିକୁ କୌଣସି ସରକାରୀ କର୍ତ୍ତୃପକ୍ଷ କରୁ ନାହାନ୍ତି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)ର ବାୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri