ମାଟ୍ରିକ ପରୀକ୍ଷା ଦେବା ପୂର୍ବରୁ ଛାତ୍ରଙ୍କ ମୃତ୍ୟୁ: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ, ହସ୍ପିଟାଲରେ ଉତ୍ତେଜନା

ବଲାଙ୍ଗୀର,୨୦।୨(ସୁନୀଲ କୁମାର ମହାନ୍ତି): ମାଟ୍ରିକ ପରୀକ୍ଷା ପୂର୍ବରୁ ଏକ ଅଘଟଣ ଘଟିଛି। ବଲାଙ୍ଗୀର ସହର ନିକଟ ଖୁଜେନପାଲିସ୍ଥିତ ବିଶ୍ବାତ୍ମ ବିଦ୍ୟା ମନ୍ଦିର ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ବିନାୟକ ପ୍ରଧାନ(୧୫)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ଛାତ୍ରଙ୍କୁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଭୋର ୫ଟା ବେଳେ ହଷ୍ଟେଲ ବାଥରୁମ୍‌ରେ ଛାତ୍ର ଜଣକ ଗାମୁଛାରେ ଝୁଲି ପଡ଼ିଥିବା ଛାତ୍ରମାନେ ଦେଖି ସ୍କୁଲ କର୍ତ୍ତୃପକ୍ଷଙ୍କୁ ଖବର କରିଥିଲେ।

ଏନେଇ ଛାତ୍ରୀଙ୍କ ପରିବା ଲୋକେ ଦୁଃଖରେ ଭାଙ୍ଗି ପଡିଛନ୍ତି। ମୃତ ଛାତ୍ରଙ୍କ ପିତା ଲୋଇସିଂହା ଥାନା ଅନ୍ତର୍ଗତ ତଲିଉଡାର ଗାଁର ରାତ୍ର ପ୍ରଧାନ ଓ ପରିବାର ଲୋକେ ବିନାୟକଙ୍କ ମୃତ୍ୟୁ ସୁପରିକଳ୍ପିତ ବୋଲି ଅଭିଯୋଗ କରିବା ସହ ମାମଲାର ତଦନ୍ତ ଦାବି କରିଛନ୍ତି। ଏହି ଘଟଣାକୁ ନେଇ ହସ୍ପିଟାଲରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା।

ପରିବାର ଲୋକଙ୍କ ସହ ଗ୍ରାମବାସୀ ମାମଲାର ସ୍ବତନ୍ତ୍ର ଦାବି କରି ପୋଲିସ ସହ ଯୁକ୍ତିତର୍କ କରିଥିଲେ। ଏପରି କି ମୃତଦେହ ଧରି ଆନ୍ଦୋଳନ କରିବାକୁ ଯିବାବେଳେ ପୋଲିସ ସେମାନଙ୍କୁ ଅଟକାଇ ଥିଲା। ବଲାଙ୍ଗୀର ଟାଉନ ଥାନା, ସଦର ଥାନା ଅଧିକାରୀ ଓ ପୋଲିସ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲେ। ପରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଅନ୍ୟପକ୍ଷେ ଆଡିଶନାଲ ଏସ୍‌ପି ଓ ବଲାଙ୍ଗୀର ଉପଜିଲାପାଳ ହସ୍ପିଟାଲରେ ଉପସ୍ଥିତ ରହି ଘଟଣାର ଅନୁଧ୍ୟାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?