Posted inଜାତୀୟ

ପରୀକ୍ଷାରେ ଫେଲ୍‌ ହେବାରୁ ଶିକ୍ଷକଙ୍କ ମାଡ଼ରେ ଚାଲିଗଲା ଛାତ୍ରଙ୍କ ଜୀବନ

ନୂଆଦିଲ୍ଲୀ,୧୩।୧୦: ଶିକ୍ଷକଙ୍କ ମାଡ଼ରେ ଗୁରୁତର ଆହତ ହୋଇଥିବା ଜଣେ ୧୨ ବର୍ଷ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଛାତ୍ରଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ହସ୍ପିଟାଲରେ ବେଡ୍‌ ନ ମିଳିବାରୁ ଚିକିତ୍ସାରେ ବିଳମ୍ବ ହୋଇଥିଲା। ଫଳରେ ନାବାଳକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।

ମିଳିଥିବା ସୂଚନା ମୁତାବକ, ଗ୍ରେଟର ନୋଏଡ଼ାର ବାଦଲପୁର ଅଞ୍ଚଳରେ ଥିବା ଏକ ସ୍କୁଲ୍‌ରେ ପ୍ରିନ୍ସ ନାମକ ଉକ୍ତ ଛାତ୍ର ପଢ଼ୁଥିଲେ। ଗତ ୭ ତାରିଖରେ ବାପା ତାଙ୍କୁ ନେଇ ସ୍କୁଲ୍‌ରେ ଛାଡ଼ି ଆସିଥିଲେ। ହେଲେ ପୁଅ ସଂଜ୍ଞାହୀନ ହୋଇପଡ଼ିଥିବା ଘରକୁ ସ୍କୁଲରୁ ଫୋନ୍‌ କଲ୍‌ ଆସିଥିଲା। ସେ ସଙ୍ଗେ ସଙ୍ଗେ ପ୍ରିନ୍ସଙ୍କୁ ଏକ ଘରୋଇ କ୍ଲିନିକ୍‌କୁ ନେଇଥିଲେ। ଅଧିକ ଚିକିତ୍ସା ଲାଗି ତାଙ୍କୁ ହସ୍ପିଟାଲ ପଠାଇବାକୁ କୁହାଯିବାରୁ ପ୍ରଥମେ ସଫଦରଜଙ୍ଗ ପରେ ରାମ ମନୋହର ଲୋହିଆ ଏବଂ ଜି.ବି. ପନ୍ଥ ହସ୍ପିଟାଲ ନିଆଯାଇଥିଲା। ବେଡ୍‌ ଅଭାବରୁ ଉକ୍ତ ହସ୍ପିଟାଲଗୁଡ଼ିକରେ ଆଡମିଶନ ହୋଇ ପାରି ନ ଥିଲା। ଶେଷରେ ଏଲ୍‌ଏନ୍‌ଜେପି ହସ୍ପିଟାଲରେ ପ୍ରିନ୍ସଙ୍କ ଅସ୍ତ୍ରୋପଚାର ହୋଇଥିଲା। ହେଲେ ସେଠାରେ ତାଙ୍କର ଚିକତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ପରୀକ୍ଷାରେ ଫେଲ୍‌ ହୋଇଥିବାରୁ ଶିକ୍ଷକ ଜଣକ ପ୍ରିନ୍ସଙ୍କୁ ବେତରେ ମାଡ଼ ମାରିଥିବା ସାଙ୍ଗମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri