ମାଟ୍ରିକ ପରୀକ୍ଷା ବେଳେ ଛାତ୍ରଙ୍କ ମୃତ୍ୟୁ

ଦାମନଯୋଡ଼ି, ୧୭ା୩(ଡି.ଏନ.ଏ.):ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ବେଳେ ଦାମନଯୋଡି ନାଲ୍‌କୋ ଟାଉନଶିପ ସରସ୍ବତୀ ବିଦ୍ୟାମନ୍ଦିର ପରୀକ୍ଷା କେନ୍ଦ୍ରରେ ଜଣେ ଛାତ୍ରଙ୍କ ଆକସ୍ମିକ ଭାବେ ମୃତ୍ୟୁ ଘଟିଛି। ତାଙ୍କ ନାମ କୁନା ପୂଜାରୀ। ସେ ଦାମନଯୋଡି ନିକଟସ୍ଥ ମାଥାଲପୁଟ ମାଲୁସାଉନ୍ତା ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ଛାତ୍ର।
ଖବରରୁ ଜଣାପଡିଛି, ନାଲ୍‌କୋ ଟାଉନଶିପ ସରସ୍ବତୀ ବିଦ୍ୟାମନ୍ଦିର ପରୀକ୍ଷା କେନ୍ଦ୍ରରେ ଚାଲିଥିବା ମାଟ୍ରିକ ପରୀକ୍ଷାର ଗୁରୁବାର ସାଧାରଣ ବିଜ୍ଞାନ ବିଷୟରେ ପରୀକ୍ଷା ଥିଲା। ବିଦ୍ୟାର୍ଥୀମାନେ ନିର୍ଦ୍ଧାରିତ ସମୟରେ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଥିଲେ। କୁନା ମଧ୍ୟ ପରୀକ୍ଷା ଦେଉଥିଲେ। ପରୀକ୍ଷା ଆରମ୍ଭ ହେବାର କିଛି ସମୟ ପରେ ସେ ହଠାତ୍‌ ମୂର୍ଚ୍ଛା ହୋଇଯାଇଥିଲେ। ସୁପରିଣ୍ଟେଣ୍ଡେଣ୍ଟଙ୍କ ନିର୍ଦ୍ଦେଶରେ ତାଙ୍କୁ ତୁରନ୍ତ ନାଲ୍‌କୋ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଖବରପାଇ ପରିବାର ଲୋକେ ହସ୍ପିଟାଲରେ ପହଞ୍ଚତ୍ଥିଲେ। ତାଙ୍କର ମୂର୍ଚ୍ଛା ରୋଗ ଥିବା ଏବଂ ଏହା ପୂର୍ବରୁ ସେ ଅନେକ ଥର ଏହି ରୋଗରେ ମୂର୍ଚ୍ଛା ହୋଇଥିବା ପରିବାର ଲୋକେ ସୂଚନା ଦେଇଥିଲେ। ଖବର ପାଇ ଦାମନଯୋଡି ଥାନା ଅଧିକାରୀ ଗୌରହରି ସାହୁ ହସ୍ପିଟାଲରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରି ମୃତଦେହ ବ୍ୟବଚ୍ଛେଦ ପାଇଁ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜକୁ ପଠାଇଥିଲେ। କୁନାଙ୍କ ବାପା ରାମ ପୂଜାରୀ ନାଲ୍‌କୋରେ ନିୟୋଜିତ ୟୁନାଇଟସ କମ୍ପାନୀରେ ଠିକା କର୍ମଚାରୀ ରୂପେ କାର୍ଯ୍ୟ କରୁଛନ୍ତି। ମାଥାଲପୁଟ ହାଟପଦାସ୍ଥିତ ମନ୍ଦିର କଲୋନୀରେ ସପରିବାର ରହୁଛନ୍ତି। ତାଙ୍କ ନିଜ ଘର ଉମୁରୀରେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri