ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର ରାଜ୍ୟକୁ ଯାଇଥିଲେ ଛାତ୍ର । ହେଲେ ଫେରିଲାନି ତାଙ୍କ ସ୍ୱପ୍ନ, ଫେରିଲା କେବଳ ମୃତ୍ୟୁର ଖବର । ଘଟଣା ଅଞ୍ଚଳରେ ଏବେ ଶୋକର ଛାୟା ଖେଳିଯାଇଛି। ଏଭଳି ଦୁଃଖଦ ଘଟଣା ଘଟିଛି ଗଜପତି ଜିଲ ମୋହନା ବ୍ଲକ ଡେଙ୍ଗେସଖାଲ ଗାଁରେ। ମୃତ ଯୁବକ ହେଲେ ଡେଙ୍ଗେସଖାଲ ଗାଁର ମୁନା ନାୟକ ( ୨୬ )।

ସୂଚନା ଅନୁସାରେ, ମୁନା ବି.ଏ. ପାସ୍ କରିବା ପରେ ବି.ଇ.ଡ଼ି ନାମ ଲେଖାଇ ଶିକ୍ଷକ ହେବାର ସ୍ୱପ୍ନ ଦେଖିଥିଲେ । କିନ୍ତୁ ପରିବାରର ଆର୍ଥିକ ସ୍ଥିତି ଦୁର୍ବଳ ଥିବାରୁ ଆଡମିଶନ୍ ପାଇଁ ଆବଶ୍ୟକ ଅର୍ଥ ଯୋଗାଡ଼ କରିବା ଉଦ୍ଦେଶ୍ୟରେ ସେ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ମୁନାଙ୍କ ବାପାଙ୍କର ପ୍ରାୟ ୧୩ ବର୍ଷ ପୂର୍ବରୁ ମୃତ୍ୟୁ ହୋଇଥିଲା। ଏହାପରେ ତାଙ୍କ ମା’ ଅନେକ କଷ୍ଟରେ ତିନି ପୁଅ ଓ ଗୋଟିଏ ଝିଅଙ୍କୁ ପାଠ ପଢ଼ାଉଥିଲେ । ପରିବାରର ବଡ଼ ପୁଅ ହୋଇଥିବାରୁ ମୁନା ନିଜ ପାଠପଢ଼ା ସହ ପରିବାରର ଦାୟିତ୍ୱ ବୁଝି ରୋଜଗାର ଆଶାରେ ଘର ଛାଡ଼ିଥିଲେ । ହେଲେ ଗୋଆରେ ତାଙ୍କର ମୃତ୍ୟୁ ଖବର ଆସିବା ପରେ ପରିବାର ଉପରେ ଦୁଃଖର ପାହାଡ଼ ଭାଙ୍ଗି ପଡ଼ିଛି । ମୁନାଙ୍କ ବି.ଇ.ଡ଼ି ପଢ଼ିବାର ସ୍ୱପ୍ନ ଅଧୁରା ରହିଯାଇଥିବା ବେଳେ ଏବେ ସମଗ୍ର ଗାଁ ଶୋକରେ ଭାଙ୍ଗି ପଡ଼ିଛି।

ଅନ୍ୟପଟେ ଗରିବ ପରିବାର ହୋଇଥିବାରୁ ଗୋଆରୁ ମୃତଦେହକୁ ନିଜ ଜନ୍ମମାଟିକୁ ଆଣିବା ପାଇଁ ସେମାନଙ୍କ ପାଖରେ ଆର୍ଥିକ ସମ୍ବଳ ନାହିଁ। ତେଣୁ ସରକାର ଏହି ଗରିବ ପରିବାରକୁ ସାହାଯ୍ୟର ହାତ ବଢ଼ାଇଲେ ମୃତ ଶରୀର ଗାଁରେ ପହଞ୍ଚିବ ବୋଲି ସରକାରଙ୍କୁ ନିବେଦନ କରିଛନ୍ତି ଗ୍ରାମବାସୀ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ସ୍ବାଧୀନତା ଦିବସ ପାଳନ ପ୍ରସ୍ତୁତି: ଶାନ୍ତି-ଶୃଙ୍ଖଳା ଉପରେ ନଜର

ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ୮୦ତମ ସ୍ବାଧୀନତା ଦିବସ ପାଳନକୁ ସୁଚାରୁ ଓ ଶୃଙ୍ଖଳିତ ଭାବେ ଆୟୋଜନ କରିବା ପାଇଁ…

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

ଲୋକଙ୍କଠାରୁ ମୋବାଇଲ-ଟଙ୍କା ଲୁଟ୍‌ କରୁଥିଲେ ଦୀପୁ: ମାଡ଼ିବସିଲା ପୋଲିସ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ଅଞ୍ଚଳରେ ଲୁଟପାଟ ଓ ଚୋରି ଘଟଣାରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବାରମ୍ବାର ମୋବାଇଲ ଓ…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri