ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ମେଧାବୀ ଛାତ୍ରଙ୍କ ଜୀବନ, ଗ୍ରାମରେ ଶୋକ

ପଟ୍ଟାଙ୍ଗି୯।୧(ଶରତ କୁମାର ଧଳ): ରାଜ୍ୟରେ ଚାଲିଛି ସଡ଼କ ସୁରକ୍ଷା ମାସ କିନ୍ତୁ ଏଠି ନିଜେ ସଚେତନ ହେଉନାହାନ୍ତି  ଲୋକେ। ସଚେତନତା କରାଇବା ଦୂରର କଥା ବର୍ଷର ଆରମ୍ଭରୁ ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ଗୋଟିଏ ପରେ ଗୋଟିଏ ଚାଲିଯାଉଛି ଜୀବନ । ଏହିପରି ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ସ୍ଥିତ ଗୁରୁକୂଳ ଆଶ୍ରମ ନିକଟରେ ।

ସୂଚନା ଅନୁସାରେ ସ୍ଥାନୀୟ ବ୍ଲକ୍ ଅଧିନସ୍ଥ ଦେଓଫଟ୍ଟାଙ୍ଗି ପଞ୍ଚାୟତର ସଲପଗୁଡା ଗ୍ରାମର ଗଙ୍ଗାଧର ପାମିୟା ନିଜ ଗ୍ରାମ ତଥା ଘରକୁ ଆସି ଗୁରୁବାର ବିଳମ୍ବିତ ରାତିରେ ସେମିଳିଗୁଡା ଫେରୁଥିବା ସମୟରେ କୈଣସି ଏକ ଅଜଣା ଗାଡ଼ି ପଛପଟରୁ ଧକ୍କା ଦେଇ ଚାଲିଯାଇଥିଲା । ଫଳରେ ଗଙ୍ଗାଧରଙ୍କ ଦୁର୍ଘଟଣାସ୍ଥଳରେ ହିଁ ଜୀବନ ଚାଲିଯାଇଥିଲା । ଖବରପାଇ ପଟ୍ଟାଙ୍ଗି ପୋଲିସ ଘଟଣା ସ୍ଥଳେ ପହଞ୍ଚି ମୃତଦେହ ଜବତ କରିଛି ।

ଏହାସହ ମୃତ ଗଙ୍ଗାଧର ଚଲାଇ ଯାଉଥିବା ମୋଟର ସାଇକେଲ ନଂ OD 10N 6208 କୁ ଜବତ କରି ତଦନ୍ତ ଆରମ୍ଭ କରିଛି । ସୂଚନାଯୋଗ୍ୟକି ମୃତ ଗଙ୍ଗାଧର ସେମିଳିଗୁଡା ସ୍ଥିତ ଏକ କଲେଜରେ ଯୁକ୍ତ ଦୁଇରେ ଦ୍ୱିତୀୟ ବର୍ଷର ଛାତ୍ର ଥିଲେ । ତେବେ ଗଙ୍ଗାଧରଙ୍କ ମୃତ୍ୟୁ ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ପଞ୍ଚାୟତର ସରପଞ୍ଚ ନରେନ୍ଦ୍ର ବଡନାୟକ ପଟ୍ଟାଙ୍ଗି ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ଗଙ୍ଗାଧରଙ୍କ ଶବ ବ୍ୟବଚ୍ଛେଦ କିପରି ହୋଇ ପାରିବ ସେନେଇ ପୋଲିସ୍ ଏବଂ ସ୍ୱାସ୍ଥ୍ୟ ବିଭାଗର ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri