ଘରୋଇ ବିଶ୍ୱବିଦ୍ୟାଳୟରେ ଛାତ୍ର ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବାରଙ୍ଗ,୫ା୧୨(ଲିଙ୍ଗରାଜ ରାଉତ): ବାରଙ୍ଗସ୍ଥିତ ଏକ ଘରୋଇ ବିଶ୍ବବିଦ୍ୟାଳୟରେ ଜଣେ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତକ ପରିବାର ଲୋକ ଏନେଇ ବାରଙ୍ଗ ଥାନାରେ ହତ୍ୟା ଅଭିଯୋଗ ଆଣିଛନ୍ତି।

ପ୍ରକାଶ ଯେ, ବାଲେଶ୍ୱର ଖଇରା ଥାନା ଅନ୍ତର୍ଗତ ବେରାଯୋଡ଼ି ଗ୍ରାମର ମୃତ୍ୟୁଞ୍ଜୟ ବେଦାନ୍ତ (୨୨) ବାରଙ୍ଗସ୍ଥିତ ଏକ ଘରୋଇ ବିଶ୍ବବିଦ୍ୟାଳୟରେ ରହି ଏମ୍‌ବିଏ ପାଠ୍ୟକ୍ରମର ଦ୍ବିତୀୟ ବର୍ଷର ଛାତ୍ର ଥିଲେ। ମୃତ୍ୟୁଞ୍ଜୟ ପ୍ରତ୍ୟେକ ଦିନ ପରି ଗୁରୁବାର ପାଠପଢ଼ା ପରେ ହଷ୍ଟେଲକୁ ଯାଇଥିଲେ। ଗୁରୁବାର ରାତି ସାଢ଼େ ୧୦ରେ ସେ ତାଙ୍କ ବାପା ହେମନ୍ତଙ୍କ ସହ କଥା ହୋଇଥିଲେ। ରାତି ସାଢ଼େ ୧୨ରେ ତାଙ୍କ ଦେହ ଖରାପ ଥିବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲକୁ ନିଆଯାଉଛି ବୋଲି ଜଣେ ଶିକ୍ଷକ ଫୋନ୍‌ କରି ତାଙ୍କ ବାପାଙ୍କୁ ଜଣାଇଥିଲେ। ଖବର ପାଇ ପରିବାର ଲୋକ ହସ୍ପିଟାଲରେ ପହଞ୍ଚିଲା ବେଳକୁଡାକ୍ତର ମୃତ୍ୟୁଞ୍ଜୟଙ୍କୁ ମୃତ ଘୋଷଣା କରିଥିବାର କୁହାଯାଇଥିଲା। ପୁଅର ମୁହଁ ଓ ଆଖିରୁ ରକ୍ତ ବାହାରୁଥିବା ବେଳେ ମୁଣ୍ଡରେ ଆଘାତ ଲାଗିଥିବାର ପରିବାର ଲୋକ ଦେଖିବାକୁ ପାଇଥିଲେ। ଏହାସହ ପୁଅର ଅସ୍ବାଭାବିକ ଭାବେ ମୃତ୍ୟୁ ନେଇ ସନ୍ଦେହ କରିବା ସହ କେହି ପୁଅକୁ ମାରିଦେଇଥିବାର ବାପା ହେମନ୍ତ ଥାନାରେ କରିଥିବା ଅଭିଯୋଗରେ ଦର୍ଶାଇଛନ୍ତି। ବାରଙ୍ଗ ପୋଲିସ ୬୮୧/୨୫ କେସ୍‌ ନଂରେ ଏକ ମୋକଦ୍ଦମା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri