ଘରୋଇ ବିଶ୍ୱବିଦ୍ୟାଳୟରେ ଛାତ୍ର ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବାରଙ୍ଗ,୫ା୧୨(ଲିଙ୍ଗରାଜ ରାଉତ): ବାରଙ୍ଗସ୍ଥିତ ଏକ ଘରୋଇ ବିଶ୍ବବିଦ୍ୟାଳୟରେ ଜଣେ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତକ ପରିବାର ଲୋକ ଏନେଇ ବାରଙ୍ଗ ଥାନାରେ ହତ୍ୟା ଅଭିଯୋଗ ଆଣିଛନ୍ତି।

ପ୍ରକାଶ ଯେ, ବାଲେଶ୍ୱର ଖଇରା ଥାନା ଅନ୍ତର୍ଗତ ବେରାଯୋଡ଼ି ଗ୍ରାମର ମୃତ୍ୟୁଞ୍ଜୟ ବେଦାନ୍ତ (୨୨) ବାରଙ୍ଗସ୍ଥିତ ଏକ ଘରୋଇ ବିଶ୍ବବିଦ୍ୟାଳୟରେ ରହି ଏମ୍‌ବିଏ ପାଠ୍ୟକ୍ରମର ଦ୍ବିତୀୟ ବର୍ଷର ଛାତ୍ର ଥିଲେ। ମୃତ୍ୟୁଞ୍ଜୟ ପ୍ରତ୍ୟେକ ଦିନ ପରି ଗୁରୁବାର ପାଠପଢ଼ା ପରେ ହଷ୍ଟେଲକୁ ଯାଇଥିଲେ। ଗୁରୁବାର ରାତି ସାଢ଼େ ୧୦ରେ ସେ ତାଙ୍କ ବାପା ହେମନ୍ତଙ୍କ ସହ କଥା ହୋଇଥିଲେ। ରାତି ସାଢ଼େ ୧୨ରେ ତାଙ୍କ ଦେହ ଖରାପ ଥିବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲକୁ ନିଆଯାଉଛି ବୋଲି ଜଣେ ଶିକ୍ଷକ ଫୋନ୍‌ କରି ତାଙ୍କ ବାପାଙ୍କୁ ଜଣାଇଥିଲେ। ଖବର ପାଇ ପରିବାର ଲୋକ ହସ୍ପିଟାଲରେ ପହଞ୍ଚିଲା ବେଳକୁଡାକ୍ତର ମୃତ୍ୟୁଞ୍ଜୟଙ୍କୁ ମୃତ ଘୋଷଣା କରିଥିବାର କୁହାଯାଇଥିଲା। ପୁଅର ମୁହଁ ଓ ଆଖିରୁ ରକ୍ତ ବାହାରୁଥିବା ବେଳେ ମୁଣ୍ଡରେ ଆଘାତ ଲାଗିଥିବାର ପରିବାର ଲୋକ ଦେଖିବାକୁ ପାଇଥିଲେ। ଏହାସହ ପୁଅର ଅସ୍ବାଭାବିକ ଭାବେ ମୃତ୍ୟୁ ନେଇ ସନ୍ଦେହ କରିବା ସହ କେହି ପୁଅକୁ ମାରିଦେଇଥିବାର ବାପା ହେମନ୍ତ ଥାନାରେ କରିଥିବା ଅଭିଯୋଗରେ ଦର୍ଶାଇଛନ୍ତି। ବାରଙ୍ଗ ପୋଲିସ ୬୮୧/୨୫ କେସ୍‌ ନଂରେ ଏକ ମୋକଦ୍ଦମା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri