ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଶନିବାର ତାଙ୍କର ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ମଙ୍ଗଳବାର ହଷ୍ଟେଲରେ ରହୁଥିବା ବାରିପଦା ନିକଟସ୍ଥ ବାଇଗଣବାଡ଼ିଆ ଗ୍ରାମର ରବିନ୍ଦ୍ର ସୋରେନଙ୍କ ପୁଅ ସପନ ବିଦ୍ୟାଳୟ ପରିସରରେ ଅନ୍ୟ ପିଲାଙ୍କ ସହ ଖେଳୁଥିବା ବେଳେ ସାପକାମୁଡ଼ାରେ ଗୁରୁତର ହୋଇଥିଲେ। ତାଙ୍କୁ ବାରିପଦା ପିଆରଏମ୍‌ ମେଡିକାଲ କଲେଜ ଓ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଆଜି ସକାଳେ ତାଙ୍କର ମୃତ୍ୟୁ ହୋଇଥିବା ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା।

ଶତାଧିକ ଗ୍ରାମବାସୀ ସ୍କୁଲରେ ଥିବା ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କୁ ଘେରାଉ କରିଥିଲେ ଏବଂ ପ୍ରଧାନଶିକ୍ଷୟିତ୍ରୀ ସୁବର୍ଣ୍ଣ ମଞ୍ଜରୀ ଭୂୟାଁଙ୍କ ଦାୟିତ୍ୱହୀନତା ପାଇଁ ପ୍ରବଳ ପାଟିତୁଣ୍ଡ କରିଥିଲେ ଏବଂ ତାଙ୍କର ବହିଷ୍କାର ଦାବି କରିଥିଲେ। ଏହା ସହ ମୃତ ଛାତ୍ରଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ଅଡ଼ି ବସିଥିଲେ। ଘଟଣା ସମ୍ପର୍କରେ ଖବରପାଇ ବୈଶିଙ୍ଗା ଥାନାଧିକାରୀ ବାରିଣୀ ଦାସଙ୍କ ନେତୃତ୍ୱରେ ଏକ ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲେ। ସ୍ଥାନୀୟ ସରପଞ୍ଚ ବବିତା ସିଂ ମଧ୍ୟ ଲୋକଙ୍କୁ ବୁଝାଶୁଝା କରିଥିଲେ।
ବେତନଟୀ ତହସିଲଦାର ଚନ୍ଦ୍ରଜିତ ବେହେରା ଓ ଅତିରିକ୍ତ ତହସିଲଦାର ହିତେଶ କୁମାର ଜେନା ପହଞ୍ଚି ଲୋକଙ୍କ ସହିତ ଆଲୋଚନା କରିଥିଲେ ଏବଂ ଜିଲାପାଳଙ୍କ ସହ ପରାମର୍ଶ ପରେ ଉପଯୁକ୍ତ କ୍ଷତିପୂରଣ ଦିଆଯିବାକୁ ପ୍ରତିଶ୍ରୁତି ଦେଇଥିଲେ। ଏହା ସହିତ ପ୍ରଧାନଶିକ୍ଷୟିତ୍ରୀଙ୍କୁ ସରକାର ଚାକିରିରୁ ନିଲମ୍ବନ କରିଥିବା ପ୍ରକାଶ କରିଥିଲେ। ଏହାପରେ ଘଟଣା ଶାନ୍ତ ପଡ଼ିଥିଲା। ମାତ୍ର ରିପୋର୍ଟ ଲେଖା ହେବା ସୁଦ୍ଧା ଘଟଣାସ୍ଥଳରେ ସୁରକ୍ଷା ଦୃଷ୍ଟିରୁ ପୋଲିସ ମୁତୟନ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?