ଅଜଣା ରୋଗରେ ଛାତ୍ରଙ୍କ ମୃତ୍ୟୁ

ମାଥିଲି/ ମାଲକାନଗିରି,୧୪ା୯ (ଡି.ଏନ୍‌.ଏ.): ଗତ ଦୁଇ ସପ୍ତାହ ଧରି ମାଲକାନଗିରି ଜିଲା ମାଥିଲି ବ୍ଲକ ସାଲିମି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗ ବ୍ୟାପିଛି। ତେବେ ଏଥିରେ ୮ଜଣଙ୍କ ମୃତ୍ୟୁ ହୋଇଥିବା ସରକାରୀ ଭାବେ କୁହାଯାଉଥିବା ବେଳେ ପ୍ରକୃତରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ଗ୍ରାମବାସୀ କହିଛନ୍ତି। ଅନ୍ୟପକ୍ଷରେ ଏହି ଅଜଣା ରୋଗରେ ମଙ୍ଗଳବାର ଜଣେ ୧୦ ବର୍ଷର ଛାତ୍ରଙ୍କ ମୃତ୍ୟୁ ହୋଇଛି। ସେ ବାପନଗୁଡା ଗ୍ରାମର ମଙ୍ଗଳା ପଡିଆମୀଙ୍କ ପୁଅ ସନ୍ତୋଷ ବୋଲି ଜଣାପଡିଛି। ସେ କଂସାରିପୁଟ ବିଦ୍ୟାଳୟରେ ଦ୍ୱିତୀୟ ଶ୍ରେଣୀରେ ପଢୁଥିଲେ।
ଏହି ଅଜଣା ରୋଗର ମୃତ୍ୟୁକୁ ନେଇ ପୂର୍ବରୁ ଜିଲା ସଦର ମହକୁମା ଓ ମାଥିଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତରମାନେ ହଳଦୀକୁଣ୍ଡ ଗ୍ରାମକୁ ଯାଇ ଆକ୍ରାନ୍ତ ରୋଗୀଙ୍କ ଚିକିତ୍ସା କରିବା ସହ ରକ୍ତ, ପାନୀୟ ଜଳ ନମୁନା ପରୀକ୍ଷା ପାଇଁ ପରୀକ୍ଷାଗାରକୁ ପଠାଇଥିଲେ। ଏହି ରୋଗର କାରଣ ସେହି ଅଞ୍ଚଳରେ ଅତ୍ୟଧିକ ମଦ୍ୟପାନ ଏବଂ କିଛି ବାସିଖାଦ୍ୟ ଖାଇଥିବାରୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସେତେବେଳେ ପ୍ରକାଶ କରିଥିଲେ। ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ମନ୍ତବ୍ୟକୁ ଅନେକେ ନିନ୍ଦା କରିଛନ୍ତି। ବାପନଗୁଡା ଗ୍ରାମର ସନ୍ତୋଷଙ୍କ ମୃତ୍ୟୁ ନେଇ ଗ୍ରାମବାସୀ କହିଛନ୍ତି, ସେ ସୋମବାର ବିଦ୍ୟାଳୟରୁ ଆସି ଖାଦ୍ୟ ଖାଇ ଶୋଇଲା ପରେ ତାଙ୍କ ଗୋଡହାତ ଫୁଲି ଯାଇଥିଲା। ମଙ୍ଗଳବାର ସକାଳେ ମୃତ୍ୟୁବରଣ କଲେ। ତେବେ ସନ୍ତୋଷଙ୍କ ଏପରି ମୃତ୍ୟୁକୁ କ’ଣ ମଦ୍ୟପାନଜନିତ ବୋଲି କୁହାଯିବ କି ବୋଲି ଗ୍ରାମବାସୀ ପ୍ରଶ୍ନ ଉଠାଇଛନ୍ତି। ଅନ୍ୟପକ୍ଷରେ ବପନଗୁଡ଼ାରେ ଏକ ଡାକ୍ତରୀ ଟିମ୍‌ ପହଞ୍ଚତ୍ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେଉଥିବା ଦେଖିବାକୁ ମିଳିଛି। ତୁରନ୍ତ ହଳଦୀକୁଣ୍ଡ ଗ୍ରାମକୁ ଭୁବନେଶ୍ୱର କିମ୍ବା କଟକରୁ ସ୍ବତନ୍ତ୍ର ବିଶେଷଜ୍ଞ ଡାକ୍ତରୀ ଟିମ୍‌ ପଠାଇ ରୋଗର କାରଣ ନିରୂପଣ କରିବା ସହ ଏହାର ପ୍ରତିକାର କରିବା ଲାଗି ପଞ୍ଚାୟତର ପୂର୍ବତନ ଜିଲା ପରିଷଦ ସଭ୍ୟ କୁଶ ତାତି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri