ଅଜଣା ରୋଗରେ ଛାତ୍ରଙ୍କ ମୃତ୍ୟୁ

ମାଥିଲି/ ମାଲକାନଗିରି,୧୪ା୯ (ଡି.ଏନ୍‌.ଏ.): ଗତ ଦୁଇ ସପ୍ତାହ ଧରି ମାଲକାନଗିରି ଜିଲା ମାଥିଲି ବ୍ଲକ ସାଲିମି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗ ବ୍ୟାପିଛି। ତେବେ ଏଥିରେ ୮ଜଣଙ୍କ ମୃତ୍ୟୁ ହୋଇଥିବା ସରକାରୀ ଭାବେ କୁହାଯାଉଥିବା ବେଳେ ପ୍ରକୃତରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ଗ୍ରାମବାସୀ କହିଛନ୍ତି। ଅନ୍ୟପକ୍ଷରେ ଏହି ଅଜଣା ରୋଗରେ ମଙ୍ଗଳବାର ଜଣେ ୧୦ ବର୍ଷର ଛାତ୍ରଙ୍କ ମୃତ୍ୟୁ ହୋଇଛି। ସେ ବାପନଗୁଡା ଗ୍ରାମର ମଙ୍ଗଳା ପଡିଆମୀଙ୍କ ପୁଅ ସନ୍ତୋଷ ବୋଲି ଜଣାପଡିଛି। ସେ କଂସାରିପୁଟ ବିଦ୍ୟାଳୟରେ ଦ୍ୱିତୀୟ ଶ୍ରେଣୀରେ ପଢୁଥିଲେ।
ଏହି ଅଜଣା ରୋଗର ମୃତ୍ୟୁକୁ ନେଇ ପୂର୍ବରୁ ଜିଲା ସଦର ମହକୁମା ଓ ମାଥିଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତରମାନେ ହଳଦୀକୁଣ୍ଡ ଗ୍ରାମକୁ ଯାଇ ଆକ୍ରାନ୍ତ ରୋଗୀଙ୍କ ଚିକିତ୍ସା କରିବା ସହ ରକ୍ତ, ପାନୀୟ ଜଳ ନମୁନା ପରୀକ୍ଷା ପାଇଁ ପରୀକ୍ଷାଗାରକୁ ପଠାଇଥିଲେ। ଏହି ରୋଗର କାରଣ ସେହି ଅଞ୍ଚଳରେ ଅତ୍ୟଧିକ ମଦ୍ୟପାନ ଏବଂ କିଛି ବାସିଖାଦ୍ୟ ଖାଇଥିବାରୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସେତେବେଳେ ପ୍ରକାଶ କରିଥିଲେ। ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ମନ୍ତବ୍ୟକୁ ଅନେକେ ନିନ୍ଦା କରିଛନ୍ତି। ବାପନଗୁଡା ଗ୍ରାମର ସନ୍ତୋଷଙ୍କ ମୃତ୍ୟୁ ନେଇ ଗ୍ରାମବାସୀ କହିଛନ୍ତି, ସେ ସୋମବାର ବିଦ୍ୟାଳୟରୁ ଆସି ଖାଦ୍ୟ ଖାଇ ଶୋଇଲା ପରେ ତାଙ୍କ ଗୋଡହାତ ଫୁଲି ଯାଇଥିଲା। ମଙ୍ଗଳବାର ସକାଳେ ମୃତ୍ୟୁବରଣ କଲେ। ତେବେ ସନ୍ତୋଷଙ୍କ ଏପରି ମୃତ୍ୟୁକୁ କ’ଣ ମଦ୍ୟପାନଜନିତ ବୋଲି କୁହାଯିବ କି ବୋଲି ଗ୍ରାମବାସୀ ପ୍ରଶ୍ନ ଉଠାଇଛନ୍ତି। ଅନ୍ୟପକ୍ଷରେ ବପନଗୁଡ଼ାରେ ଏକ ଡାକ୍ତରୀ ଟିମ୍‌ ପହଞ୍ଚତ୍ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେଉଥିବା ଦେଖିବାକୁ ମିଳିଛି। ତୁରନ୍ତ ହଳଦୀକୁଣ୍ଡ ଗ୍ରାମକୁ ଭୁବନେଶ୍ୱର କିମ୍ବା କଟକରୁ ସ୍ବତନ୍ତ୍ର ବିଶେଷଜ୍ଞ ଡାକ୍ତରୀ ଟିମ୍‌ ପଠାଇ ରୋଗର କାରଣ ନିରୂପଣ କରିବା ସହ ଏହାର ପ୍ରତିକାର କରିବା ଲାଗି ପଞ୍ଚାୟତର ପୂର୍ବତନ ଜିଲା ପରିଷଦ ସଭ୍ୟ କୁଶ ତାତି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri