ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ ଦୁଃଖଦ ଓ ଅଭାବନୀୟ ଘଟଣା ଘଟିଛି । ବିଦ୍ୟାଳୟର ବାର୍ଷିକ କ୍ରିଡା ପ୍ରତିଯୋଗିତା ଦୌଡରେ ଭାଗନେଇ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତ ଛାତ୍ର ଜଣଙ୍କ ହେଲେ ଯୁକ୍ତ ଦୁଇ ପ୍ରଥମ ବର୍ଷ ବିଜ୍ଞାନ ଛାତ୍ର ଜୟଦେବ ବେକ୍।

ସେ ଆଜି ଖେଳ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ଖେଳୁଥିବା ସମୟର ହଠାତ୍ ଟଳି ପଡ଼ିଥିଲେ। ତାଙ୍କୁ ଶିକ୍ଷକମାନେ ସଙ୍ଗେ ସଙ୍ଗେ ସୁନ୍ଦରଗଡ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଆଣିଥିଲେ । ତେବେ ଡ଼ାକ୍ତର ପରୀକ୍ଷା ନିରୀକ୍ଷା କରି ତାଙ୍କୁ ମୃତ ଘୋଷଣା କରିବା ସହ ସ୍ଥାନୀୟ ପୋଲିସ, ପିଏଆଇ ଟିଡିଏ, ଡିବ୍ଲୁଓ ଓ ଅତିରିକ୍ତ ଜିଲାପାଳଙ୍କୁ ସୂଚନା ଦେବା ପରେ ପ୍ରାଶାସନିକ ତଦନ୍ତ ଆରମ୍ଭ ହୋଇଛି। ପିଏଆଇ ଟିଡିଏ, ଡିବ୍ଲୁଓ ଓ ଅତିରିକ୍ତ ଜିଲାପାଳ ମେଡିକାଲ କଲେଜ ଆଣ୍ଡ ହସପିଟାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ଘଟଣା ସମ୍ବେଦନଶୀଳ ଥିବାରୁ ମେଡିକାଲ କଲେଜ ଆଣ୍ଡ ହସପିଟାଲର ସମସ୍ତ ଗେଟ ଏବଂ ଏକଲବ୍ୟ ମଡେଲ ସ୍କୁଲର ଗେଟ ବନ୍ଦ କରି ଦିଆଯାଇଛି। ସୂଚନା ଅନୁସାରେ ଗତକାଲି ମଧ୍ୟ ଜୟଦେବ ବେକ ଦୌଡୁ ଥିବା ବେଳେ ପଡ଼ି ଅଜ୍ଞାନ ହୋଇ ଯାଇଥିଲେ। ତେବେ ଗତ କାଲି ମଧ୍ୟ ତାଙ୍କୁ ଚିକିତ୍ସା କରାଯାଇନଥିଲା କିମ୍ୱା ଏହି ଘଟଣା ନେଇ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରି ନଥିବା ଜଣା ପଡିଛି। ତେବେ ଏହି ଘଟଣା ବୁଦ୍ଧିଜିବୀ ମହଲରେ ପହଞ୍ଚିବା ପରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।ଖବର ପାଇ ପରିବାର ଲୋକେ ଓ ଟାଉନଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri