ମୂର୍ତ୍ତି ବିସର୍ଜନବେଳେ ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା, ଗାଁରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ସିଦ୍ଧଖଣ୍ଡି ଗାଁ ସ୍କୁଲରେ ୮ମ ଶ୍ରେଣୀରେ ପଢୁଥିବା ମରମ ଜେନାଙ୍କ ପୁଅ ସୀତାଂଶୁ (୧୩)ଙ୍କ ବୁଧବାର ସକାଳେ ଗାଁ ପୋଖରୀରେ ବୁଡ଼ିଯାଇ ମୃତ୍ୟୁ ଘଟିଛି। ସୀତାଂଶୁ ତାଙ୍କ ଗାଁର ସାଧୀନ ସ୍ବାଇଁଙ୍କ ଟ୍ୟୁସନରେ ପଢୁଥିଲେ। ସକାଳେ ଘରେ ଜଳଖିଆ ଖାଇବା ପରେ ସେ ତାଙ୍କ ସାଙ୍ଗସାଥୀଙ୍କ ସହ ଟ୍ୟୁସନ ଯାଇଥିଲେ। ପରେ ସାଙ୍ଗ ମେଳରେ ଶ୍ରୀ ଗଣେଶଙ୍କ ମୂର୍ତ୍ତି ବିସର୍ଜନ ପାଇଁ ପୋଖରୀକୁ ଯାଇଥିଲେ। ସେଠାରେ କିଛି ସାଙ୍ଗଙ୍କ ସହ ମୂର୍ତ୍ତିକୁ ଧରି ସେ ପାଣି ଭିତରକୁ ଯାଇଥିବା ବେଳେ ପଙ୍କରେ ତାଙ୍କ ଗୋଡ଼ ଲାଗି ଯିବାରୁ ଗଭୀର ପାଣିରେ ବୁଡ଼ି ଯାଇଥିଲେ। ପୋଖରୀ ତୁଠରେ ଥିବା କିଛି ସାଙ୍ଗସାଥୀ ଦୌଡ଼ି ଯାଇ ତାଙ୍କୁ ଉଦ୍ଧାର ପାଇଁ ଗାଁ ଲୋକଙ୍କୁ ଡାକି ଆଣିଥିଲେ। ଦୀର୍ଘ ସମୟ ଖୋଜାଖୋଜି କରିବା ପରେ ତାଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରାଯାଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଏତଲା ହେବା ପରେ ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ବଡ଼ ମେଡିକାଲ ଫାଣ୍ଡି ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ଜବତ କରିଥିଲେ। ପରେ ମୃତଦେହ ବ୍ୟବଚ୍ଛେଦ କରାଯିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଅପରାହ୍ନରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି। ଏନେଇ ସମଗ୍ର ଗାଁରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଲସି ଗାଁରେ ନୂଆଖାଇ ଜୁହାର, ଏକାଠି ହୋଇ ନବାନ୍ନ ଭକ୍ଷଣ କରିବା ପରେ…

କେସିଙ୍ଗା,୧୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମର ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଷଣା ବଂଶ ପକ୍ଷରୁ ନୂଆଖାଇ ଓ ଜୁହାର କାର୍ଯ୍ୟକ୍ରମ…

Asian Games 2026: ଏସିଆନ୍ ଗେମ୍ସ ପୂର୍ବରୁ ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ; ବାଦ୍ ପଡ଼ିଲେ ବରୁଣ, ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୬।୯: ଏସିଆନ୍ ଗେମ୍ସ ୨୦୨୬ ପୂର୍ବରୁ ଭାରତୀୟ କ୍ରିକେଟ୍ ଦଳରେ ପରିବର୍ତ୍ତନ ହୋଇଛି । ଆହତ କାରଣରୁ ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ ଏସିଆନ୍ ଗେମ୍ସରୁ ବାଦ୍…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ,୧୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି ପରିବାରର ଦୁଇ ଜଣଙ୍କ…

ଶ୍ରୀଦେବୀଙ୍କ ସମ୍ପତ୍ତିକୁ ନେଇ ଉଠିଲାଣି ବିବାଦ; ସୁପ୍ରିମକୋର୍ଟ ଦେଲେ ଏମିତି ପରାମର୍ଶ

ନୂଆଦିଲ୍ଲୀ,୧୬।୯: ସୁପ୍ରିମକୋର୍ଟ ବଲିଉଡର ସ୍ବର୍ଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ପାରିବାରିକ ସମ୍ପତ୍ତି ସହ ଜଡ଼ିତ ବିବାଦର ସମାଧାନ ପାରସ୍ପରିକ ଆଲୋଚନା ମାଧ୍ୟମରେ କରିବାକୁ ପରାମର୍ଶ ଦେଇଛନ୍ତି। ଚେନ୍ନାଇର ଶୋଲିଙ୍ଗାନାଲୁର…

୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ କଥା କହିଲେ ସଞ୍ଜୁ ସାମସନ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ‘ପ୍ଲେଇଙ୍ଗ ଇଲେଭେନ’ (ଖେଳାଳି ଦଳ)ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ସୁଯୋଗ ମିଳିନାହିଁ। ଅନ୍ୟପକ୍ଷରେ, ପୂର୍ବ ସିରିଜରୁ…

ପୁଅର ଏମିତି କାରନାମା ଦେଖି ଟେନ୍‌ସନ୍‌ରେ କରୀନା

ଆଜିକାଲି କରୀନା କପୁର ଖାନ ଭାରୀ ଟେନ୍‌ସନ୍‌ରେ ଅଛନ୍ତି। କୌଣସି ଫିଲ୍ମ ପାଇଁ ନୁହେଁ, ନିଜ ପୁଅ ପାଇଁ ସେ ବେଶ୍‌ ଚିନ୍ତିତ। ସେ ତାଙ୍କ ପୁଅ…

ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି, ୩୦ ବର୍ଷରେ…

ଗୁଣପୁର,୧୬ା୯(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଅଫିସ ସମ୍ମୁଖରେ ଜାଗୃତି ସାଂସ୍କୃତିକ ସଙ୍ଗଠନ ପକ୍ଷରୁ ହେବାକୁ ଥିବା ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ବୁଧବାର ଶୁଭଖୁଣ୍ଟି…

ଅଳିଦାଗଦାରେ ପୂରିଛି ସିମନବାଡ଼ି, ଯାତାୟାତବେଳେ ନାକ ଟେକୁଛନ୍ତି ପର୍ଯ୍ୟଟକ, ମାସିକ ବୈଠକରେ…

ଦାରିଙ୍ଗବାଡ଼ି,୧୬ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନ୍ୟତମ ପର୍ଯ୍ୟଟକଙ୍କ ଯାତାୟାତ ସ୍ଥାନ ସିମନବାଡ଼ି ପଞ୍ଚାୟତ ଅଞ୍ଚଳ ଏବେ କୁଢ଼କୁଢ଼ ଅଳିଆ ଗଦାରେ ପୁତ୍ତିମୟ ଗନ୍ଧରେ ନାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?